Masthead

ମା’ମାନେ ଜନ୍ମରୁ ଲିଡର

ଭୁବନେଶ୍ୱର(ବଡ ଖବର ବ୍ୟୁରୋ): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟକ୍ରମରେ ଅନୁଷ୍ଠିତ ମହିଳା ସମାବେଶରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ବିଜୁ ମହିଳା ଜନତା ଦଳର କାର୍ଯ୍ୟକ୍ରମରେ ମୁଁ ଆପଣମାନଙ୍କୁ ସ୍ଵାଗତ କରୁଛି । ବିଜୁ ଜନତା ଦଳର ସବୁ କାର୍ଯ୍ୟକ୍ରମରେ ମା ମାନେ ହିଁ ନଜରରେ ରହିଛନ୍ତି । ନବେ ଦଶକରେ ମା ମାନଙ୍କ ଅଧିକାର ପାଇଁ ବିଜୁବାବୁ ସାରା ଦେଶରେ ଐତିହାସିକ ପଦକ୍ଷପ ନେଇଥିଲେ । ତାକୁ ଆହୁରି ଆଗକୁ ନେଇ ପାଞ୍ଚାୟତ ଓ ପୌର ମାନଙ୍କରେ ପଚାଶ ପ୍ରତିଶତ ସଂରକ୍ଷଣ କରାଯାଇଛି । ମା ମାନଙ୍କ ସ୍ଵପ୍ନକୁ ସାକାର କରିବା ପାଇଁ ବିଜୁ ଜନତା ଦଳ ସମର୍ପିତ ହୋଇ କାମ କରୁଛି ।

ମା ମାନେ ଜନ୍ମରୁ ଲିଡର । ଘରର ଦାୟିତ୍ଵ , ପିଲାଙ୍କ ଦାୟିତ୍ଵ ଯିଏ ଠିକ ଭାବରେ ନେଇପାରୁଛି ଦେଶ ଓ ସମାଜର ଦାୟିତ୍ଵ ନେବାରେ ତା ପାଇଁ କିଛି ଅସୁବିଧା ନାହିଁ। ପ୍ରତିଟି ମା ଭିତରେ ଅଛି ନେତୃତ୍ଵ ର ଝଲକ। ଆମକୁ ତାର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବାକୁ ହେବ । ତାର ଶକ୍ତିକୁ ଦେଶର ବିକାଶରେ ଉପଯୋଗ କରିବାକୁ ହେବ । ମା ମାନଙ୍କ ପାଇଁ ବିଧାନସଭାରେ ୩୩ ପ୍ରତିଶତ ସଂରକ୍ଷଣ ପାଇଁ ବିଜୁ ଜନତା ଦଳ ଦାବି କରି ଆସୁଛି । ଏ ଦାବି ବିଷୟରେ ସାରା ଦେଶର ମା ମାନଙ୍କ ଭିତରେ ସଚେତନତା ସୃଷ୍ଟି କରୁଛୁ । ଗତ ନିର୍ବାଚନରେ ଆମେ ୩୩ % ସ୍ଥାନରେ ମା ମାନଙ୍କୁ ଟିକଟ ଦେଇଥିଲୁ । ବିନା ସୁଧ ରେ ଋଣ ହେଉ ବା ୫ ହଜାର କୋଟି ଟଙ୍କାର ସରକାରୀ କାମ, ମା ମାନଙ୍କ ପାଇଁ ୭ ଲକ୍ଷ ଟଙ୍କା ର ଚିକିତ୍ସା ସୁବିଧା, ମା ମାନଙ୍କ କଲ୍ୟାଣ ପାଇଁ ଜମି ଅଧିକାର, ସମ୍ପତ୍ତି ଅଧିକାର , ରେଶନ କାର୍ଡ , ଝିଅ ମାନଙ୍କ ପଢିବା ପାଇଁ ବୃତ୍ତି, ହଷ୍ଟେଲ, କର୍ମ ଜୀବୀ ମହିଳାଙ୍କ ପାଇଁ ହଷ୍ଟେଲ ଆଦି ଅନେକ କାର୍ଯ୍ୟକ୍ରମ କରାଯାଉଛି । ମା ମାନଙ୍କ କଲ୍ୟାଣ ଓ ଅଧିକାର ପାଇଁ ବିଜୁ ଜନତା ଦଳର ଲଢେଇ ଜାରି ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ