Masthead

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ତ୍ରିବେନ୍ଦ୍ର ସିଂ ରାୱତ

ଉତ୍ତରାଖଣ୍ଡ (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ତ୍ରିବେନ୍ଦ୍ର ସିଂ ରାୱତ । ଉତ୍ତରାଖଣ୍ଡରେ ଥିବା ବିଜେପି ସରକାରରେ ବର୍ତ୍ତମାନ ସଂକଟ ଦେଖାଦେଇଛି । ଗତକାଲି ସେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ । ମଙ୍ଗଳବାର ଅପରାହ୍ନ ୪ଟା ବେଳେ ସେ ରାଜ୍ୟପାଳ ବେବିରାଣୀ ମୌର୍ଯ୍ୟଙ୍କୁ ଭେଟି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି ।

ତେବେ କୁହାଯାଉଛି ଯେ, ବୁଧବାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯିବ । ଇସ୍ତଫାପତ୍ର ଦେବା ପରେ ପ୍ରେସମିଟ କରି ସୂଚନା ଦେଲେ ତ୍ରିବେନ୍ଦ୍ର ସିଂ ରାୱତ । ତେବେ କିଏ ହେବ ନୂଆ ମୁଖ୍ୟମନ୍ତ୍ରୀ ତାକୁ ନେଇ ଏବେ କଳ୍ପନା ଜାରି  ରହିଛି । ତ୍ରିବେନ୍ଦ୍ର ସିଂ ରାୱତ ପ୍ରେସକନଫରେନ୍ସ କରି କହିଛନ୍ତି, ବହୁତ ସମୟ ଧରି ରାଜନୀତି କରିଛି । ୪ ବର୍ଷ ପାଇଁ ପାର୍ଟି ମତେ ସିଏମ ଭାବେ କାର୍ଯ୍ୟ କରିବାର ଦାୟିତ୍ୱ ଦେଇଥିଲା । ଏହି ସମୟ ମଧ୍ୟରେ ଦଳ ପକ୍ଷରୁ ମତେ ବହୁତ ସମ୍ମାନ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ