Masthead

ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ତିରଥ ସିଂ ରାୱତ

ଉତ୍ତରାଖଣ୍ଡ(ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବିଜେପି ସାଂସଦ ତିରଥ ସିଂ ରାୱତ । ୨୦୧୩ ଫେବୃଆରୀ ୯ ତାରିଖରୁ ୨୦୧୫ ଡିସେମ୍ବର ୩୧ ପର୍ଯ୍ୟନ୍ତ ତୀରଥ ସିଂହ ରାୱତ ଉତ୍ତରାଖଣ୍ଡ ‘ବିଜେପି’ର ମୁଖ୍ୟ ଥିଲେ। ୨୦୧୨ ରୁ ୨୦୧୭ ପର୍ଯ୍ୟନ୍ତ, ସେ ଚୌବଟ୍ଟାଖାଲ ନିର୍ବାଚନ ମଣ୍ଡଳୀରୁ ଉତ୍ତରାଖଣ୍ଡ ବିଧାନସଭାର ବିଧାୟକ ଥିଲେ।

ମଙ୍ଗଳବାର ଦିନ ତ୍ରିବେନ୍ଦ୍ର ସିଂ ରାୱତ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ରାଜ୍ୟପାଳ ବେବିରାଣୀ ମୌର୍ଯ୍ୟ ତାଙ୍କ ଇସ୍ତଫା ପତ୍ର ଗ୍ରହଣ କରିବା ପରେ ଉତ୍ତରାଖଣ୍ଡର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ, ସେ ସମ୍ପର୍କରେ ବିଭିନ୍ନ କଳ୍ପନାଜଳ୍ପନା ଚାଲିଥିଲା। ଆଜି ତିରଥଙ୍କୁ ବିଜେପି ବିଧାୟକ ଦଳ ନେତା ଭାବେ ବଛାଯାଇଛି । ତିରଥଙ୍କ ପୂର୍ବରୁ ଧନ ସିଂ ରାୱତ, ସତ୍ୟପାଲ ମହାରାଜ, ଅଜୟ ଭଟ୍ଟ, ରମେଶ ପୋଖରିଆଲଙ୍କ ନାଁ ମୁଖ୍ୟମନ୍ତ୍ରୀ ପଦ ପାଇଁ ଚର୍ଚ୍ଚାକୁ ଆସିଥିଲା । ତେବେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ତିରଥଙ୍କ ନାଁରେ ମୋହର ମାରିଥିଲା ଦଳ । ଯାହାକୁ ବିଜେପି ବିଧାୟକ ସମର୍ଥନ କରିଛନ୍ତି । ବିଜେପି ସାଂସଦ ଥିବା ତିରଥଙ୍କୁ ଦଳ ଏହି ଗୁରୁଦାୟିତ୍ୱ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା