Masthead

ବିଜୁବାବୁଙ୍କ ସାନପିଲା ‘ନୂଆପଡା’ ଆଜି ବଡ଼ ହୋଇଛି

ସିନାପାଲି(ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫୋକସରେ ପଶ୍ଚିମ ଓଡ଼ିଶା । ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ପାଇଁ ନୂଆପଡାରେ ପହଁଚି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ସ୍ଵାଧୀନତା ସଂଗ୍ରାମରେ ନୂଆପଡାର ବହୁତ ବଡ ଭୂମିକା ଥିଲା । ବ୍ରିଟିଶ ଶାସନର ଅନ୍ୟାୟ ବିରୁଦ୍ଧରେ ନୂଆପଡ଼ାବାସୀଙ୍କ ଅବଦାନର ତୁଳନା ନାହିଁ। ନୂଆପଡା ଭେଲା ଗାଁର ମା’ମାନଙ୍କ ସଂଗ୍ରାମ ଆଜି ବି ସମସ୍ତଙ୍କୁ ପ୍ରେରଣା ଦେଉଛି । ୨୦୨୨ ରେ ସ୍ଵାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ ଅବସରରେ ଭେଲାର ସଂଗ୍ରାମୀମାନଙ୍କୁ ସମ୍ମାନ ଜଣାଇ ସେଠାରେ ଏକ ସୁନ୍ଦର ସ୍କୃତି ମନ୍ଦିର ନିର୍ମାଣ କରାଯିବ। ନୂଆପଡା ଓଡିଶା ମା’ର ସବୁଠାରୁ ସାନପିଲା ।ସେ ପୁଣି ରାଜଧାନୀ ଭୁବନେଶ୍ୱରଠାରୁ ଦୂରରେ ଅଛି । ନୂଆପଡାକୁ ସ୍ଵତନ୍ତ୍ର ଧ୍ୟାନ ଦେଉଛି  ବୋଲି ମୁଖ୍ୟମନ୍ତ୍ରୀ ଆୟୋଜିତ ଏକ ସଭାରେ କହିଥିଲେ । ନୂଆପଡ଼ାର ବିକାଶର ଚିତ୍ର ମଧ୍ୟ ମୁଖ୍ୟମନ୍ତ୍ରୀ ରଖିଥିଲେ । ବିଜୁ ଏକ୍ସପ୍ରେସ ୱେ ରେ ସବୁଠାରୁ ଅଧିକ ଲାଭ ପାଇଛି ନୂଆପଡା । ନୂଆପଡା ର ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲ ରାଜ୍ୟର ବଡ ବଡ ସହରର ହସ୍ପିଟାଲ ମାନଙ୍କଠାରୁ କିଛି କମ ନୁହେଁ । ନୂଆପଡାର ୫୫ ପ୍ରତିଶତ ଘରକୁ ସରକାର ପାଇପ ପାଣି ଯୋଗାଇ ଦେଉଛନ୍ତି । ୨୦୨୨ ସୁଧା ନୂଆପଡାର ସବୁ ପରିବାରକୁ ୧୦୦ ପ୍ରତିଶତ ପାଇପପାଣି ଯୋଗାଇ ଦିଆଯିବ ।

ଏଥିପାଇଁ ୭୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଲୋୟର ଇନ୍ଦ୍ର ପ୍ରକଳ୍ପ ସାରା ରାଜ୍ୟ ପାଇଁ ଗୁରୁତ୍ଵପୂର୍ଣ୍ଣ । ନୂଆପଡାର କୋମନା, ଖଡିଆଳ ଓ ବଲାଙ୍ଗିରର ବଙ୍ଗୋମୁଣ୍ଡା, ମୁରିବାହାଲ ଓ ଟିଟିଲାଗଡ ବ୍ଲକର ୨୦୦ ଟି ଗାଁ ର ୧,୮୦,୦୦୦ ଲୋକ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ନୂଆପଡା ଓ ଖଡିଆଳରେ ଦୁଇଟି ଇନଡୋର ଷ୍ଟାଡିୟମ୍ କରାଯିବ । ଖଡିଆଳ ସ୍ୱୟଂଶାସିତ କଲେଜ କରାଯିବ । କ୍ରୀଡ ର ବିକାଶ କରାଯିବ । ବିଜୁବାବୁଙ୍କର ସେଦିନର ସାନ ପିଲା ”ନୂଆପଡା” ଆଜି ବଡ ହୋଇଛି। ସଶକ୍ତ ହୋଇଛି । ସବୁଜ ହୋଇଛି । ଓଡିଶାର ବିକାଶ ଯାତ୍ରାରେ ନିଜ ପାଇଁ ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ନୂଆପଡା ରେ ବିକାଶର ଏ ଧାରା ଆହୁରି ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ ଆଶା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି