Masthead

ସବୁଭକ୍ତ ଲିଙ୍ଗରାଜ ମନ୍ଦିରରେ ଦୀପ ଜାଳିପାରିବେ 

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଶିବରାତ୍ରି । ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଚଳିତବର୍ଷ କୋଭିଡ କଟକଣା ମଧ୍ୟରେ ଏହି ପରମ୍ପରାର ଆୟୋଜନ କରାଯାଇଛି । ମାକ୍ସ, ସାମାଜିକ ଦୂରତାକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି । ଶିବ ଭକ୍ତଙ୍କ ପାଇଁ ଭଲ ଖବର । ଭୁବନେଶ୍ୱରର ଲିଙ୍ଗରାଜ ଶୈବପୀଠରେ ଜାଗରରେ ଭକ୍ତ ଜାଳିପାରିବେ ଦୀପ । କୋଭିଡ୍ ଗାଇଲାଇନ୍ ମାନି ମନ୍ଦିର ବେଢ଼ା ଭିତରେ ଦୀପ ଜାଳିପାରିବେ ଭକ୍ତ । ଏନେଇ ସୂଚନା ଦେଇଛନ୍ତି, ଖୋର୍ଦ୍ଧା ଜିଲ୍ଲାପାଳ ସନତ୍ କୁମାର ମହାନ୍ତି ।

ପୂର୍ବରୁ ମନ୍ଦିର ଭିତରେ ପରମ୍ପରା ଅନୁଯାୟୀ କେବଳ ସେବାୟତ ପରିବାର ଦୀପ ଜାଳିବେ ବୋଲି କହିଥିଲା ବିଏମସି । କେବଳ ଏତିକି ନୁହେଁ, ଦୀର୍ଘ ବର୍ଷ ହେଲା ନିୟମ ଭଙ୍ଗା ଯାଉଥିବା ବେଳେ ଏବର୍ଷ ହେବ କପିଳନାଥ ଓ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା । ତେବେ କରୋନା ସଂକ୍ରମଣକୁ ଧ୍ୟାନ ଦେଇ ଅନେକ ବଡ଼ ବଡ଼ ମନ୍ଦିରରେ ଜାଗର ମେଳା ବନ୍ଦ କରାଯାଇଛି। ଏସଆରସିଙ୍କ ପକ୍ଷରୁ ଆଜି ଜାରି ହୋଇଥିବା ଏସ୍ଓପି ଅନୁସାରେ ଜାଗର ଦିନ ମନ୍ଦିର ଭିତରେ ଓ ବାହାରେ ଗହଳି ହେବ ନାହିଁ କି ମେଳା ବିସବ ନାହିଁ । କୋଭିଡ କଟକଣାରେ ମହାଶିବରାତ୍ରି ପାଳନ କରିବାକୁ ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲଟି କମିସନରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ