Masthead

ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା, ପୂରିଲା ୭ ବର୍ଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମାର୍ଚ୍ଚ ୧୧ । ଓଡ଼ିଆ ଭାଷାକୁ ଶସ୍ତ୍ରୀୟ ମାନ୍ୟତାକୁ ପୂରୁଛି ୭ ବର୍ଷ । ଦେଶର ଷଷ୍ଠ ଭାଷା ଭାବେ ଏହି ଉତ୍କର୍ଷତା ହାସଲ କରିଥିଲା ଓଡ଼ିଶା । ସମ୍ବିଧାନରେ ୬ଟି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିଛି । ସେଗୁଡ଼ିିକ ହେଲା ତାମିଲ, ସଂସ୍କୃତ, କନ୍ନଡ଼, ତେଲଗୁ , ମାଲାୟାଲାମ ଓ ଓଡ଼ିଆ । ଓଡ଼ିଆ ଭାଷାକୁ ୨୦୧୪ରେ ଶାସ୍ତ୍ରୀୟ ମାନ୍ୟତା ମିଳିଥିଲା । ସେହିପରି ତାମିଲକୁ ୨୦୦୪, ସଂସ୍କୃତ ୨୦୦୫ କନ୍ନଡ଼ ୨୦୦୮, ତେଲଗୁ ୨୦୦୮, ମାଲାୟାଲାମ ଭାଷାକୁ ୨୦୧୩ରେ ଶାସ୍ତ୍ରୀୟ ମାନ୍ୟତା ମିଳିଥିଲା ।

ଏ ଅବସରରେ ଭୁବନେଶ୍ୱର ସ୍କୃତି ଭବନର ସମ୍ମିଳନୀ କକ୍ଷରେ ଏକ ଉତ୍ସବର ଆୟୋଜନ କରାଯାଇଥିଲା । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଓଡ଼ିଆଭାଷା ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ସମାରୋହରେ ବହୁ ବିଶିଷ୍ଠ ବ୍ୟକ୍ତିମାନେ ଯୋଗ ଦେଇଥିଲେ । ଏ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ଓଡ଼ିଆ ଭାଷା ଓ ସାହିତ୍ୟର ଗୌରବ ବୃଦ୍ଧି ପାଇଁ ରାଜ୍ୟ ସରକାର ନେଇଥିବା ପଦକ୍ଷେପ ସମ୍ପର୍କରେ ଉଲ୍ଲେଖ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଭାଷାର ବିକାଶ ସହ ଗୌରବ ବୃଦ୍ଧି ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ । ଶାସ୍ତ୍ରୀୟ ମାନ୍ୟତା ପ୍ରାପ୍ତ ଆମ ଭାଷର ସୁରକ୍ଷା ଓ ଏହାର ପ୍ରସାର ପାଇଁ ସରକାରଙ୍କ ପକ୍ଷରୁ ଓଡ଼ିଆ ଭାଷାର ବହୁଳ ବ୍ୟବହାର ଠାରୁ ଆରମ୍ଭ କରି ଓଡ଼ିଆ ବିଶ୍ୱ ବିଦ୍ୟାଳୟ ଏବଂ ଶାସ୍ତ୍ରୀୟ ଓଡ଼ିଆ ଉତ୍କର୍ଷ ଅଧ୍ୟୟନ କେନ୍ଦ୍ର ସ୍ଥାପନ ଭଳି ବଳିଷ୍ଠ ପଦକ୍ଷେପ ନିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି