Masthead

ପୁଣି ଚିନ୍ତା ବଢାଉଛି କରୋନା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ଏବେ ଚିନ୍ତାର ବିଷୟ ପାଲଟିଛି । ଆଜି ଦେଶର ଦୈନିକ ସଂକ୍ରମଣ ୨୩ ହଜାର ପାର କରିଛି। ଏଭଳି ସ୍ଥିତିକୁ ଦେଖି କିଛି ସ୍ଥାନରେ ଲକଡାଉନ ଓ ନାଇଟ କର୍ଫ୍ୟୁ ଭଳି ପଦକ୍ଷେପ ନିଆଯାଉଛି। ତଥାପି ସଂକ୍ରମଣ କମିବାରେ ନାଁ ଧରୁନାହିଁ । ମହାରାଷ୍ଟ୍ରରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ପଞ୍ଜାବରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ତେବେ ମହାରାଷ୍ଟ୍ରରେ ପୁଣି କରୋନା ସ୍ଥିତି ସଙ୍ଗୀନ ହୋଇପଡିଛି ।

ନାଗପୁର ସହରକୁ ମାର୍ଚ୍ଚ୧୫ରୁ ୨୧ ଯାଏ ଲକଡ଼ାଉନ ଘୋଷଣା କଲେ ମହାରାଷ୍ଟ୍ର ସରକାର । ଗତକାଲି ସହରରେ ୧୭୧୦ ଜଣ ନୂଆ କରୋନା ରୋଗୀ ଚିହ୍ନଟ ପରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ପୂର୍ବରୁ ମାର୍ଚ୍ଚ ୧୪ ତାରିଖ ଯାଏଁ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରାଯାଇଥିଲା । ଅନ୍ୟପଟେ ଅତ୍ୟାବଶ୍ୟକ ସେବା ପାଇଁ କଟକଣା କୋହଳ କରାଯିବ ବୋଲି କହିଛନ୍ତି ମହାରାଷ୍ଟ୍ର ସରକାର । ସେପଟେ ଆଜିଠାରୁ ପଞ୍ଜାବର ପଟିଆଲା ଓ ଲୁଧିଆନା ଜିଲ୍ଲାରେ ନାଇଟ କର୍ଫ୍ୟୁ ଲାଗୁ କରାଯିବା ନେଇ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଆଜି ରାତି ୧୧ଟାରୁ ଭୋର ୫ଟା ଯାଏ ନାଇଟ କର୍ଫ୍ୟୁ ଲାଗୁ କରାଯିବ ।

ଏହି ସମୟରେ କେବଳ ଜରୁରୀ ସେବାକୁ ଅନୁମତି ମିଳିବ । ଦେଶରେ ୬ଟି ରାଜ୍ୟରେ କରୋନା ସଂକ୍ରମଣ ପୁଣିଥରେ ବଢିବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୩,୨୮୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ , ୧୧୭ଜଣ ମୃତ୍ୟୁ ବରଣ କରିଛନ୍ତି । ସେଭଳି ଦିନକରେ ୧୫ ହଜାର ୧୫୭ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୩ ଲକ୍ଷ ୮ ହଜାର ୮୬୪ରେ ପହଂଚିଛି । ସେପଟେ ମୋଟ ସୁସ୍ଥ ସଂଖ୍ୟା ୧ କୋଟି ୯ ଲକ୍ଷ ୫୩ ହଜାର ୩୦୩ ଜଣ ରହିଛନ୍ତି । ଏହାସହ କରୋନା ମୋଟ ୧ ଲକ୍ଷ ୫୮ ହଜାର ୩୦୬ ଙ୍କ ଜୀବନ ନେଇଥିବା ବେଳେ ଏବେ ମଧ୍ୟ ୧ କୋଟି ୯୭ ଲକ୍ଷ ୨୩୭ ଲୋକ ଚିକିତ୍ସିତ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ