Masthead

ପୁଣି ଚିନ୍ତା ବଢାଉଛି କରୋନା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ଏବେ ଚିନ୍ତାର ବିଷୟ ପାଲଟିଛି । ଆଜି ଦେଶର ଦୈନିକ ସଂକ୍ରମଣ ୨୩ ହଜାର ପାର କରିଛି। ଏଭଳି ସ୍ଥିତିକୁ ଦେଖି କିଛି ସ୍ଥାନରେ ଲକଡାଉନ ଓ ନାଇଟ କର୍ଫ୍ୟୁ ଭଳି ପଦକ୍ଷେପ ନିଆଯାଉଛି। ତଥାପି ସଂକ୍ରମଣ କମିବାରେ ନାଁ ଧରୁନାହିଁ । ମହାରାଷ୍ଟ୍ରରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ପଞ୍ଜାବରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ତେବେ ମହାରାଷ୍ଟ୍ରରେ ପୁଣି କରୋନା ସ୍ଥିତି ସଙ୍ଗୀନ ହୋଇପଡିଛି ।

ନାଗପୁର ସହରକୁ ମାର୍ଚ୍ଚ୧୫ରୁ ୨୧ ଯାଏ ଲକଡ଼ାଉନ ଘୋଷଣା କଲେ ମହାରାଷ୍ଟ୍ର ସରକାର । ଗତକାଲି ସହରରେ ୧୭୧୦ ଜଣ ନୂଆ କରୋନା ରୋଗୀ ଚିହ୍ନଟ ପରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ପୂର୍ବରୁ ମାର୍ଚ୍ଚ ୧୪ ତାରିଖ ଯାଏଁ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରାଯାଇଥିଲା । ଅନ୍ୟପଟେ ଅତ୍ୟାବଶ୍ୟକ ସେବା ପାଇଁ କଟକଣା କୋହଳ କରାଯିବ ବୋଲି କହିଛନ୍ତି ମହାରାଷ୍ଟ୍ର ସରକାର । ସେପଟେ ଆଜିଠାରୁ ପଞ୍ଜାବର ପଟିଆଲା ଓ ଲୁଧିଆନା ଜିଲ୍ଲାରେ ନାଇଟ କର୍ଫ୍ୟୁ ଲାଗୁ କରାଯିବା ନେଇ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଆଜି ରାତି ୧୧ଟାରୁ ଭୋର ୫ଟା ଯାଏ ନାଇଟ କର୍ଫ୍ୟୁ ଲାଗୁ କରାଯିବ ।

ଏହି ସମୟରେ କେବଳ ଜରୁରୀ ସେବାକୁ ଅନୁମତି ମିଳିବ । ଦେଶରେ ୬ଟି ରାଜ୍ୟରେ କରୋନା ସଂକ୍ରମଣ ପୁଣିଥରେ ବଢିବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୩,୨୮୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ , ୧୧୭ଜଣ ମୃତ୍ୟୁ ବରଣ କରିଛନ୍ତି । ସେଭଳି ଦିନକରେ ୧୫ ହଜାର ୧୫୭ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୩ ଲକ୍ଷ ୮ ହଜାର ୮୬୪ରେ ପହଂଚିଛି । ସେପଟେ ମୋଟ ସୁସ୍ଥ ସଂଖ୍ୟା ୧ କୋଟି ୯ ଲକ୍ଷ ୫୩ ହଜାର ୩୦୩ ଜଣ ରହିଛନ୍ତି । ଏହାସହ କରୋନା ମୋଟ ୧ ଲକ୍ଷ ୫୮ ହଜାର ୩୦୬ ଙ୍କ ଜୀବନ ନେଇଥିବା ବେଳେ ଏବେ ମଧ୍ୟ ୧ କୋଟି ୯୭ ଲକ୍ଷ ୨୩୭ ଲୋକ ଚିକିତ୍ସିତ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ