Masthead

କୁଆଖାଇରେ ଭାସିଗଲେ ୪ ସ୍କୁଲ ପିଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କୁଆଖାଇ ନଦୀରେ ଗାଧେଇବା ବେଳେ ନିଖୋଜ ହୋଇଯାଇଥିଲେ ଚାରି ସ୍କୁଲ ପିଲା । ଅଗ୍ନିଶମ ବିଭାଗ କର୍ମଚାରୀ ସେମାନଙ୍କ ମଧ୍ୟରୁ ୩ଜଣଙ୍କୁ ଜୀବିତବସ୍ଥାରେ ଓ ଏକ ମୃତଦେହ ଉଦ୍ଧାର କରିଥିଲେ । ପ୍ରାୟ ୨ ରୁ ୩ ଘଣ୍ଟା ଧରି ଉଦ୍ଧାର କାର୍ଯ୍ୟ ଜାରିରହିଥିଲା । ମୃତଦେହକୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲକୁ ପଠାଇଦିଆଯାଇଥିଲା । କୁଆଖାଇ ନଦୀରେ ଗାଧୋଇବାକୁ ସକାଳ ପ୍ରାୟ ୧୦ଟା ବେଳେ ଭୁବନେଶ୍ଵର ଲକ୍ଷ୍ମୀସାଗର ଥାନା ମଣ୍ଡପ ସାହିର ୪ଜଣ ନାବାଳକ ଆସିଥିଲେ ।

୪ ଜଣ ଗାଧୋଇବା ବେଳେ ଭାସିଯାଇଥିଲେ । ସେମାନଙ୍କ ମଧ୍ୟରୁ ୩ ଜଣ ନାବାଳକ ନିଜେ ନିଜେ ଉପରକୁ ଚାଲିଆସିଥିଲେ । ଅନ୍ୟ ଜଣେ ନାବାଳକ ପ୍ରାୟ ୩୦ ରୁ ୩୫ ଫୁଟ ଗଭୀରରେ ଫସିଯାଇଥିଲେ । ଖବର ପାଇ ବାଲିଅନ୍ତା ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ ।

ପ୍ରାୟ ଏକ ଘଣ୍ଟା ପରେ ସେହି ନାବାଳକଙ୍କୁ ପାଣିରୁ ଉଦ୍ଧାର କରିଥିଲେ ଅଗ୍ନିଶମ ବିଭାଗ କର୍ମଚାରୀ । ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ନାବାଳକ ଜଣଙ୍କ ହେଉଛନ୍ତି ଭୁବନେଶ୍ୱରର ଲକ୍ଷ୍ମୀ ସାଗର ଅଞ୍ଚଳର ମହେଶ୍ଵର ପୃଷ୍ଟି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା