ଭଦ୍ରକରେ ୧୪୪ ଜାରି, ଫୋର୍ସ ମୁତୟନ

ଭଦ୍ରକ(ବଡ଼ ଖବର ବ୍ୟୁରେ): ଭଦ୍ରକରେ ବସ ସିଣ୍ଡିକେଟକୁ ନେଇ ଦୀର୍ଘ ଦିନ ହେବ ବିବାଦ ଲାଗି ରହିଛି । ଦୁଇ ଗୋଷ୍ଠୀ ମଧ୍ୟରେ ଲାଗିଥିବା ବିବାଦ ଶନିବାର ଦିନ ଚରମ ସୀମାରେ ପହଞ୍ଚିଥିଲା । ପରିସ୍ଥିତି ବିଗିିଡିବା ଆଗରୁ ଜିଲ୍ଲା ପ୍ରଶାସନ ୧୪୪ ଧାରା ଜାରି କରିଛି । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ମୁତୟନ କରାଯାଇଛି । ପରିସ୍ଥିତି ପ୍ରତି ଜିଲ୍ଲାର ବରିଷ୍ଠ ପ୍ରଶାସନ ଅଧିକାରୀମାନେ ନଜର ରଖିଛନ୍ତି ।

ଏମିତିକି ସିଣ୍ଡିକେଟର ଦୁଇ ଗୋଷ୍ଠି ମଧ୍ୟରେ ବହୁ ବିବାଦ ଲାଗିରହିଛି । ଏହି ବିବାଦକୁ ଦୃଷ୍ଟିରେ ରଖି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ତରଫରୁ କଟକଣା ସ୍ୱରୂପ ୧୪୪ ଧାରା ଜାରି କରାଯାଇଛି । ତେବେ ଏହି କଟକଣା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ସୂଚନା ମିଳିଛି । ବସ ସିଣ୍ଡିକେଟ ପରିସରରେ ସୁରକ୍ଷା ଦୃଷ୍ଟିରୁ ପୋଲିସ ଫୋର୍ସ ମଧ୍ୟ ମୁତୟନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ