Masthead

ଝିଅ ଆଖି ଆଗରେ ଜଳିଗଲା ମା’

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଭଦ୍ରକ ଜିଲ୍ଲା ବାଣୀତିଆ ପଞ୍ଚାୟତ ମହଲା ସାହିରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ମା ଜୀବନ୍ତ ଦଗ୍ଧ, ଝିଅ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି । ଘରେ ମାଆ, ଝିଅ ଶୋଇଥିବା ବେଳେ ହଠାତ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ୨ ବଖରା ଘର ଜଳିଯାଇଥିଲା । ଘରୁ ବାହାରି ନପାରି ମା’ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଝିଅ ଗୁରୁତର ହୋଇଛି । ଝିଅ ଶରୀରର ବହୁ ଅଂଶ ପୋଡି ଯାଇଥିବା ବେଳେ ଦମକଳ ବାହୀନି ପହଞ୍ଚି ନିଆଁକୁ ଆୟତ କରି ମାଆର ମୃତ ଦେହକୁ ଘରୁ ବହାର କରିଥିଲେ ।

ସୂଚନା ଅନୁସାରେ, ଏହି ଭଳି ମର୍ମନ୍ତୁଦ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ପ୍ରଭାତ ବେହେରାଙ୍କ ଘରେ । ଘର ଭିତରେ ଥିବା ବେଳେ ଅଗ୍ନିକାଣ୍ଡ ଯୋଗୁଁ ପ୍ରଭାତଙ୍କ ସ୍ତ୍ରୀ ଭାରତୀ ଜୀବନ୍ତ ଦଗ୍ଧ ହୋଇଥିବା ସୂଚନା ମିଳିଛି। ୧୦ ବର୍ଷର ଝିଅ ଅଗ୍ନିକାଣ୍ଡରେ ଗୁରୁତର ହୋଇଥିବା ବେଳେ ତାଙ୍କ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ସ୍ପଷ୍ଠ ହୋଇ ନାହିଁ । ଭଦ୍ରକ ଅଗ୍ନିଶମ ବାହିନୀ ଗାଁରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା