Masthead

ଓଡ଼ିଶାରେ ଏନଏସଜି ଟିମ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ପହଞ୍ଚିଲା ୫ଜଣିଆ ଏନଏସଜି ଟିମ । ଆସନ୍ତା ୧୬ ତାରିଖରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଓ ୧୮ତାରିଖରେ ଶ୍ରୀମନ୍ଦିରରେ ମକଡ୍ରିଲ କରିବ କେନ୍ଦ୍ରୀୟ ସୁରକ୍ଷା ସଂସ୍ଥା । ପୁରୀ ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷପ ନିଆଯାଇଛି । ତେବେ ଯାଞ୍ଚ ବ୍ୟବସ୍ଥା କଡାକଡି ହେବା ନିହାତି ଆବଶ୍ୟକ । କାରଣ ପୁରୀ ଶ୍ରୀମନ୍ଦିର ଏବଂ ଲିଙ୍ଗରାଜ ମନ୍ଦିର ଆମ ଓଡିଶାର ଗୌରବ ହୋଇଥିବା ବେଳେ ଏଠାକୁ ଦେଶ ବିଦେଶରୁ ଅନେକ ଶ୍ରଦ୍ଧାଳୁ ଶ୍ରୀ ଜଗନ୍ନାଥଙ୍କୁ ଦେଖିବାକୁ ଆସିଥାନ୍ତି ।

ଏହି ଟିମ ପୁରୀ ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିରର ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିବା ସହ ମକଡ୍ରିଲ କରିବ । ଏଥିରେ ୨ଜଣ ଅଫିସର ଓ ୩ ଜଣ କମାଣ୍ଡୋ ରହିଛନ୍ତି । ପୂର୍ବରୁ ଏକାଧିକ ଥର ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିରରେ ଏନଏସଜି ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ ସହ ମକଡ୍ରିଲ କରାଯାଇଛି । କିନ୍ତୁ ଦୁଇ ମନ୍ଦିରର ଚତୁଃପାଶ୍ୱର୍ରେ ଉନ୍ନତୀକରଣ ପରେ ମକଡ୍ରିଲ କରାଯାଇନାହିଁ । ସେଥିପାଇଁ ଏଭଳି ମକଡ୍ରିଲର ଆୟୋଜନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର