Masthead

ଅସହ୍ୟ ତାତିରେ ଛଟପଟ ଓଡ଼ିଶା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଢ଼ିବ ଦିନର ତାପମାତ୍ରା । ଖରାର ପ୍ରକୋପ ବୃଦ୍ଧି ପାଇବ। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୩ ରୁ ୪ ଡିଗ୍ରି ବଢ଼ିବାକୁ ଥିବା ବେଳେ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ୪ରୁ ୫ ଦିନ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନ ଦେଖାଯିବ ନାହିଁ । ୨୪ ଠାରୁ ଦିନର ତାପମାତ୍ରା ବଢ଼ିବା ସହ କେତେକ ସ୍ଥାନରେ ୪୦ ଡିଗ୍ରୀ ଟପିବାର ସମ୍ଭାବନା ରହିଛିା ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ମଙ୍ଗଳବାର ଓ ବୁଧବାର ସକାଳ ସମୟରେ ଅଧିକାଂଶ ଜିଲ୍ଲାରେ ହାଲୁକା କୁହୁଡ଼ି ପଡ଼ିବ। ୧୬ ତାରିଖରେ ଅନୁଗୁଳ, କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, ଭଦ୍ରକ ଓ ଖୋର୍ଧା ଜିଲ୍ଲା ଏବଂ ୧୭ ତାରିଖରେ ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, ଗଜପତି ଓ ଗଞ୍ଜାମ ଜିଲ୍ଲାରେ କୁହୁଡ଼ି ହେବ। ଭୁବନେଶ୍ବରର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରୀ ରହିବ। ୨୦ ତାରିଖକୁ ଅଳ୍ପ କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ଗତ ୨୪ ଘଣ୍ଟାରେ ମାଲକାନଗିରି ଓ ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼