Masthead

ରୋଗୀଙ୍କ ଉପରେ ଛିଡିଲା ଫ୍ୟାନ

କଟକ(ବଡ଼ ଖବର ବ୍ୟୁରୋ): ରୋଗୀଙ୍କ ଉପରେ ଛିଡିଲା ଫ୍ୟାନ । କଟକ ବଡ ମେଡିକାଲରେ ଘଟିଛି ଏଭଳି ଘଟଣା । ଆଖି ବୁଜିଲେ ରୋଗୀ । ଗତ ୮ତାରିଖରେ ଏହି ଅଘଟଣ ଘଟିଥିଲା । ରୋଗୀଙ୍କ ଉପରେ ଛିଡି ପଡିଥିଲା ସିଲିଂ ଫ୍ୟାନ । କଟକ ଏସସିବି ମେଡିକାଲର ସର୍ଜରୀ ବିଭାଗରେ ଘଟିଥିଲା ଅଘଟଣ । ଗୁରୁତର ଅବସ୍ଥାରେ ରୋଗୀକୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ମୃତ ବୃଦ୍ଧା ଯାଜପୁର ଜିଲ୍ଲା କୃଷ୍ଣନଗର ଗ୍ରାମର ପାର୍ବତୀ ଦାଶ ବୋଲି ଜଣାପଡ଼ିଛି।

ଘଟଣାରୁ ପ୍ରକାଶ ଯେ, ପାର୍ବତୀ ଦାଶ ଘରେ ପୂଜା କରୁଥିବା ସମୟରେ ଦୀପରୁ ନିଆଁ ଲାଗି ଅଗ୍ନିକାଣ୍ତ ଘଟିଥିଲା। ଏଥିରେ ପାର୍ବତୀ ଆହତ ହୋଇଥିଲେ। ମାର୍ଚ୍ଚ ୫ ତାରିଖରେ ତାଙ୍କୁ ଏସ୍‌ସିବି ମେଡିକାଲକୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେ ସର୍ଜରୀ ବର୍ଣ୍ଣ ୱାର୍ଡ଼ରେ ଚିକିତ୍ସିତ ହେଉଥିଲେ। ସେ ଶୋଇଥିବା ଅବସ୍ଥାରେ ତାଙ୍କ ଉପରେ ଏକ ସିଲିଂ ଫ୍ୟାନ ପଡିଯାଇଥିଲା । ସୋମବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିବା ତାଙ୍କ ପୁଅ ପ୍ରଶାନ୍ତ ଦାଶ ସୂଚନା ଦେଇଛନ୍ତି। ଅନ୍ୟ ପକ୍ଷରେ ଏହି ଘଟଣାରେ ଜାତୀୟ ମାନବଧିକାର କମିସନ କ୍ଷୋଭ ପ୍ରକାଶ କରିବା ସହିତ ଘଟଣା ସମ୍ପର୍କରେ ୮ ସପ୍ତାହ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନି‌ର୍ଦ୍ଦେଶ ମଧ୍ୟ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ