Masthead

ପୁଣି ଲେଉଟିବ କି ଲକଡାଉନ !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଗିଡିବାରେ ଲାଗିଛି କରୋନା ସ୍ଥିତି । ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂକ୍ରମଣ । ସେପଟେ ଓଡିଶା ପାଇଁ ଚିନ୍ତା ବଢାଇଲାଣି ସୁରତ । ଗୁଜୁରାଟ ସୁରତରେ ମଙ୍ଗଳବାର ମଧ୍ୟ ରାତ୍ରିରୁ ନାଇଟ କର୍ଫ୍ୟୁ ଲାଗୁ ହୋଇଛି । ସଂକ୍ରମଣକୁ ଦୃଷ୍ଟିରେ ରଖି ନାଇଟ କର୍ଫ୍ୟୁ ଲାଗୁ କରାଯାଇଛି । ଏନେଇ ଅଧିକାଂଶ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ମଧ୍ୟ ଘୋଷଣା କରାଯାଇଛି । ସୁରତ ସହରରୁ ପ୍ରତ୍ୟକ ଦିନ ୨ଶହରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି ।

୨ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୫ଶହ ଟପିଛି । ତେବେ ପ୍ରବାସୀମାନେ ପୁଣି ଭିଟାମାଟି ମୁହାଁ ହେବାକୁ ପ୍ରସ୍ତୁତ ହେଉଥିବା ନେଇ ସୂଚନା ମିଳିବା ପରେ ଓଡିଶାରେ ସଂକ୍ରମଣ ବଢିବା ଆଶଙ୍କା କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଓ ଜିଲ୍ଲା ପ୍ରଶାସନ ପଦକ୍ଷେପ ନେବା ଉଚିତ । ଓଡ଼ିଶାର ପ୍ରାୟ ୪ରୁ ୫ ଲକ୍ଷ ଶ୍ରମିକ ସୁରତରେ କାମ କରନ୍ତି ।

ଗତବର୍ଷ ଲକଡାଉନରେ ପ୍ରବାସୀ ଶ୍ରମିକ ଗଂଜାମ ଫେରିବା ପରେ ପ୍ରଥମେ ଗଂଜାମରେ ୨ ଜଣ କରୋନା ପଜେଟିଭ ବାହାରିଥିଲେ । ପରେ ଗଂଜାମ ହଟସ୍ପଟ ଜୋନ ପାଲଟିଥିଲା । ଏବେ ସମାନ ପରିସ୍ଥିତି ନ ଦୋହରାଇବା ପାଇଁ ସରକାର ଓ ଜିଲ୍ଲା ପ୍ରଶାସନ ସଜାଗ ରହିବା ସହିତ ପଦେକ୍ଷପ ନେବା ଜରୁରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ