Masthead

ବର୍ଷା-ଅନୁଭବ ବିବାଦ: ପୁଣି ଥାନାରେ ଦ୍ୱାରସ୍ଥ ହେଲେ ବର୍ଷା

କଟକ (ବଡ଼ ଖବର ବ୍ୟୁରୋ): ପୁରୀଘାଟ ଥାନାର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ବର୍ଷା । ଶାଶୂଘର ଲୋକ ହଇରାଣ କରୁଥିବା ଅଭିଯୋଗ କଲେ ବର୍ଷା । ବେଡ ରୁମରେ ଟିଭି ଏବଂ ଏସି କନେକସନ କାଟିଥିବା ଅଭିଯୋଗ କରିଛନ୍ତି । ଏନେଇ ଏକ ଲିଖିତ ଅଭିଯୋଗ କରିଛନ୍ତି ବର୍ଷା । ପୁଣି ବର୍ଷା- ଅନୁଭବଙ୍କ ବିବାଦ ସାମ୍ନାକୁ ଆସିଛି । ଉଭୟ ଉଭୟଙ୍କୁ ମିଡିଆ ସାମ୍ନାରେ ଦୋଷାରୋପ କରୁଥିଲେ ହେଁ ଦୁଇଜଣଙ୍କ ମାମଲା କୋର୍ଟ ଯାଏଁ ଯାଇଥିଲା ।

ପତ୍ନୀ ବର୍ଷାଙ୍କୁ ଛାଡପତ୍ର ଦେବାପାଇଁ ପ୍ରଥମେ ଦିଲ୍ଲୀର ପଟିଆଲା ହାଉସକୋର୍ଟରେ ଆବେଦନ କରିଥିଲେ ଅଭିନେତା ତଥା ବିଜେଡି ସାଂସଦ ଅନୁଭବ ମହାନ୍ତି । ଏହାପରେ ଭରଣ ପୋଷଣ ପାଇଁ କଟକ ଫ୍ୟାମିଲି କୋର୍ଟ ଯାଇଥିଲେ ବର୍ଷା । ପରେ ଦିଲ୍ଲୀ ପଟିଆଲା ହାଉସକୋର୍ଟରେ ହୋଇଥିବା ମାମଲାକୁ କଟକ ଫ୍ୟାମିଲିକୋର୍ଟ ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟ ଯାଇଥିଲେ ବର୍ଷା । ଏହି ମାମଲାର ଶୁଣାଣି କରି କଟକକୁ ମାମଲା ସ୍ଥାନାନ୍ତର ହୋଇଥିଲା ।

ଦିଲ୍ଲୀର ପଟିଆଲା ହାଉସ କୋର୍ଟ ପରିବର୍ତ୍ତେ ମାମଲାର ଶୁଣାଣି କଟକର ଫ୍ୟାମିଲି କୋର୍ଟରେ ହେବ । ଆଉ ଏବେ ଘରେ ହଇରାଣ କରାଯାଉଥିବା ନେଇ ଥାନାରେ ପୁଣି ଅଭିଯୋଗ କରିଛନ୍ତି ବର୍ଷା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ