Masthead

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

ରାୟଗଡ଼ା(ବଡ଼ ଖବର ବ୍ୟୁରୋ): ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ରାୟଗଡ଼ା ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ବୀରେନ୍ଦ୍ର ଖରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଚାଲିଛି। ରାୟଗଡ଼ା ଭିଜିଲାନ୍ସ ଡିଏସପି ଅନନ୍ତ ପ୍ରସାଦ ମଲ୍ଲିକଙ୍କ ନେତୃତ୍ୱରେ ୪ ଜଣିଆ ଟିମ ରାୟଗଡ଼ା କସ୍ତୁରୀ ନଗର ବାଲାଜି ଟାୱାରସ୍ଥିତ ବାସ ଭବନରେ ଚଢ଼ାଉ ଜାରି ରଖିଛନ୍ତି। ଚଢ଼ାଉ ବେଳେ ନଗଦ ଟଙ୍କା ସହ ଏଟିଏମ କାର୍ଡ ଓ କିଛି କାଗଜପତ୍ର ଭିଜିଲାନ୍ସ ବିଭାଗ ଜବତ କରିଛି ।

ସହକାରୀ ନିର୍ବାହୀ ଯନ୍ତ୍ରୀ ବୀରେନ୍ଦ୍ର ଖରାଙ୍କ ଶଶୁରଙ୍କ ଲିଙ୍କରେ ଏହି ଚଢ଼ାଉ ଚାଲିଛି । ଖରିଆର ରେଞ୍ଜର ଥିବା ତାଙ୍କ ଶଶୁର ସଦାନନ୍ଦ ସୁନାନୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଚାଲୁଥିବା ବେଳେ ଏହି ଲିଙ୍କରେ ରାୟଗଡ଼ା, କଳାହାଣ୍ଡି ସମେତ ୬ଟି ସ୍ଥାନରେ ଚଢ଼ାଉ ଚାଲୁଥିବା ଭିଜିଲାନ୍ସ ବିଭାଗ ସୂଚନା ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ