Masthead

ଘରୋଇ କଲେଜର ୧୨ କରୋନା ପଜେଟିଭ

କଟକ (ବଡ଼ ଖବର ବ୍ୟୁରୋ): କଟକରେ ପୁଣି କାୟା ମେଲାଇଲାଣି କରୋନା । ଗତକାଲି କଟକର ଏକ ଘରୋଇ ସାଇନ୍ସ କଲେଜରୁ ୧୨ଜଣ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ଏହି ୧୨ ଜଣଙ୍କ ମଧ୍ୟରେ ଛାତ୍ରଛାତ୍ରୀ, ଶିକ୍ଷକ, ଆଡମିନ କର୍ମଚାରୀ ରହିଛନ୍ତି । ସମ୍ପୂର୍ଣ୍ଣ କଲେଜକୁ ଏବେ ଅସ୍ଥାୟୀ ଭାବେ ବନ୍ଦ କରିଦିଆଯାଇଛି । ସିଏମସି ପକ୍ଷରୁ ଆକ୍ରାନ୍ତଙ୍କୁ କଲେଜ ହଷ୍ଟେଲ ପରିସରରେ କ୍ୱାରେଣ୍ଟାଇନରେ ରଖାଯାଇଛି ।

ସମସ୍ତ ଆକ୍ରାନ୍ତଠାରେ ଲକ୍ଷଣ ଦେଖାଦେଇଥିବା ପରେ ଆଣ୍ଟିଜେନ ପରୀକ୍ଷା କରାଯାଇଥିଲା । ସମସ୍ତଙ୍କ ରିପୋର୍ଟ ପଜେଟିଭ ଆସିଥିବା ଜଣାପଡିଛି । କରୋନା ରିପୋର୍ଟ ପଜେଟିଭ ଆସିବା ପରେ ପ୍ରଶାସନ ପକ୍ଷରୁ ଶିକ୍ଷାନୁଷ୍ଠାନ ରେ କଣ୍ଟାକ୍ଟ ଟ୍ରେସିଂ କରାଯିବ ଓ ସେହି ଅନୁସାରେ ପଦକ୍ଷପ ଗ୍ରହଣ କରାଯିବ ବୋଲି ସିଏମସି ପକ୍ଷରୁ ସୂଚନା ଦିଆଯାଇଛି । ମିଳିଥିବା ସୂଚନା ଅନୁଯାୟୀ ପ୍ରଥମେ ଏହି କଲେଜରୁ ୩ଜଣ ପଜିଟିଭ ଚିହ୍ନଟ ହୋଇଥିଲେ ।

ପରେ ଏହି ୩ଜଣଙ୍କୁ ସଂଗରୋଧରେ ନରହିବା କାରଣରୁ ଏବେ ଆଉ ୧୨ ଜଣ କୋଭିଡ ପଜେିଟିଭ ଚିହ୍ନଟ ହୋଇଛନ୍ତି । ଗତକାଲି ବ୍ରହ୍ମପୁର ରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରେ ପୁଣି କରୋନା ପଜିଟିଭ ଚିହ୍ନଟ ହେବା ରାଜ୍ୟବାସୀଙ୍କ ଚିନ୍ତା ବଢାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?