Masthead

ଘରୋଇ କଲେଜର ୧୨ କରୋନା ପଜେଟିଭ

କଟକ (ବଡ଼ ଖବର ବ୍ୟୁରୋ): କଟକରେ ପୁଣି କାୟା ମେଲାଇଲାଣି କରୋନା । ଗତକାଲି କଟକର ଏକ ଘରୋଇ ସାଇନ୍ସ କଲେଜରୁ ୧୨ଜଣ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ଏହି ୧୨ ଜଣଙ୍କ ମଧ୍ୟରେ ଛାତ୍ରଛାତ୍ରୀ, ଶିକ୍ଷକ, ଆଡମିନ କର୍ମଚାରୀ ରହିଛନ୍ତି । ସମ୍ପୂର୍ଣ୍ଣ କଲେଜକୁ ଏବେ ଅସ୍ଥାୟୀ ଭାବେ ବନ୍ଦ କରିଦିଆଯାଇଛି । ସିଏମସି ପକ୍ଷରୁ ଆକ୍ରାନ୍ତଙ୍କୁ କଲେଜ ହଷ୍ଟେଲ ପରିସରରେ କ୍ୱାରେଣ୍ଟାଇନରେ ରଖାଯାଇଛି ।

ସମସ୍ତ ଆକ୍ରାନ୍ତଠାରେ ଲକ୍ଷଣ ଦେଖାଦେଇଥିବା ପରେ ଆଣ୍ଟିଜେନ ପରୀକ୍ଷା କରାଯାଇଥିଲା । ସମସ୍ତଙ୍କ ରିପୋର୍ଟ ପଜେଟିଭ ଆସିଥିବା ଜଣାପଡିଛି । କରୋନା ରିପୋର୍ଟ ପଜେଟିଭ ଆସିବା ପରେ ପ୍ରଶାସନ ପକ୍ଷରୁ ଶିକ୍ଷାନୁଷ୍ଠାନ ରେ କଣ୍ଟାକ୍ଟ ଟ୍ରେସିଂ କରାଯିବ ଓ ସେହି ଅନୁସାରେ ପଦକ୍ଷପ ଗ୍ରହଣ କରାଯିବ ବୋଲି ସିଏମସି ପକ୍ଷରୁ ସୂଚନା ଦିଆଯାଇଛି । ମିଳିଥିବା ସୂଚନା ଅନୁଯାୟୀ ପ୍ରଥମେ ଏହି କଲେଜରୁ ୩ଜଣ ପଜିଟିଭ ଚିହ୍ନଟ ହୋଇଥିଲେ ।

ପରେ ଏହି ୩ଜଣଙ୍କୁ ସଂଗରୋଧରେ ନରହିବା କାରଣରୁ ଏବେ ଆଉ ୧୨ ଜଣ କୋଭିଡ ପଜେିଟିଭ ଚିହ୍ନଟ ହୋଇଛନ୍ତି । ଗତକାଲି ବ୍ରହ୍ମପୁର ରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରେ ପୁଣି କରୋନା ପଜିଟିଭ ଚିହ୍ନଟ ହେବା ରାଜ୍ୟବାସୀଙ୍କ ଚିନ୍ତା ବଢାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ