Masthead

ସିଲଭର ସିଟିରେ ଚିନ୍ତା ବଢାଉଛି କରୋନା

କଟକ (ବଡ଼ ଖବର ବ୍ୟୁରୋ): ପୁଣି ଚିନ୍ତା ବଢାଉଛି କରୋନା । ଦିନକୁ ଦିନ ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବଢି ଚାଲିଥିବାବେଳେ ଏବେ ସିଲଭର ସିଟି କଟକରେ ନାହିଁ ନଥିବା କରୋନା ଭୟ ଦେଖିବାକୁ ମିଳିଛି । କଟକର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ୨୫ ଜଣ ଛାତ୍ରଛାତ୍ରୀ ଏବେ କରୋନା ପଜେଟିଭ ହୋଇଛନ୍ତି ।

ପ୍ରଥମେ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ ପୁଣି ଆଜି ୧୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଟେଷ୍ଟିଂ , ଟ୍ରାକିଂ ଜରିଆରେ ଅନ୍ୟ ୭୧ ଛାତ୍ରଛାତ୍ରୀଙ୍କ କରୋନା ପରୀକ୍ଷା କରାଯାଇଥିଲା । ଫଳରେ ୧୩ ଜଣ ପଜିଟିଭ ଥିବା ରିପୋର୍ଟ ଆସିଛି । ସିଏମସି ପକ୍ଷରୁ ଆକ୍ରାନ୍ତଙ୍କୁ କଲେଜ ହଷ୍ଟେଲ ପରିସରରେ କ୍ୱାରେଣ୍ଟାଇନରେ ରଖାଯାଇଛି । ସମସ୍ତ ଆକ୍ରାନ୍ତଠାରେ ଲକ୍ଷଣ ଦେଖାଦେଇଥିବା ପରେ ଆଣ୍ଟିଜେନ ପରୀକ୍ଷା କରାଯାଇଥିଲା । ସମସ୍ତଙ୍କ ରିପୋର୍ଟ ପଜେଟିଭ ଆସିଥିବା ଜଣାପଡିଛି ।

ସମସ୍ତେ ଗୋଟିଏ ହଷ୍ଟେଲର ଅନ୍ତେବାସୀ ହୋଇଥିବା ସୂଚନା ରହିଛି । ସେପଟେ କୋଭିଡ ସଂକ୍ରମଣ ବଢିବା ପରେ କଲେଜରୁ ୧୦ଦିନ ବନ୍ଦ କରିଛି ସିଏମସି । ବ୍ରହ୍ମପୁର ରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରେ ପୁଣି କରୋନା ପଜିଟିଭ ଚିହ୍ନଟ ହେବା ରାଜ୍ୟବାସୀଙ୍କ ଚିନ୍ତା ବଢାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି