Masthead

ଗୋଟିଏ ନମ୍ବରରେ ୩ ସେବା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟବାସୀଙ୍କ ଲାଗି ଖୁସି ଖବର । ଜରୁରୀ ସେବା ପାଇଁ ଆଉ କରିବାକୁ ପଡ଼ିବ ନାହିଁ ବିଭିନ୍ନ ନମ୍ବରରେ କଲ । ଗୋଟିଏ ନମ୍ବରକୁ କଲ କଲେ ମିଳିବ ୩ ପ୍ରମୁଖ ଜରୁରୀକାଳୀନ ସେବା । ପୋଲିସ, ଦମକଳ ଓ ଆମ୍ବୁଲାନ୍ସ । ୧୧୨କୁ କଲ କଲେ ମିଳିବ ପୋଲିସ, ଦମକଳ ଓ ଆମ୍ବୁଲାନ୍ସ ସେବା ।

୧୧୨ଜରୁରୀକାଳୀନ ସେବା ଆରମ୍ଭ କରିବାକୁ ଯାଉଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର ଶୁଭାରମ୍ଭ ସନ୍ଧ୍ୟା ୫ଟାରେ ଭିସି ଜରିଆରେ କରିବେ । ଏହି କାର୍ଯ୍ୟକ୍ରମରେ ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ଯୋଗ ଦେବେ ।

ଏଥି ସହ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି.କେ ଜେନା, ସ୍ୱାସ୍ଥ୍ୟ ସଚିବ ପି. କେ ମହାପାତ୍ର, ପୋଲିସ ଡିଜି ଶ୍ରୀ ଅଭୟ, ଅଗ୍ନିଶମ ଡିଜି, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି. କେ ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ରହିବେ । ପୂର୍ବରୁ ପୋଲିସ ସେବା ପାଇଁ ୧୦୧, ଅଗ୍ନିଶମ ସେବା ପାଇଁ ୧୦୦, ଆମ୍ବୁଲାନ୍ସ ସେବା ପାଇଁ ୧୦୮ ଓ ଜନନୀ ଏକ୍ସପ୍ରେସ ପାଇଁ ୧୦୨ କୁ ଡାଏଲ କରିବାକୁ ପଡ଼ୁଥିଲା । କିନ୍ତୁ ଏବେ କେବଳ ୧୧୨ ନମ୍ବରରେ ଫୋନ କଲେ ମିଳିବ ଏହି ତିନି ପ୍ରମୁଖ ସେବା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ