Masthead

ଶ୍ରୀମନ୍ଦିରରେ ରାଷ୍ଟ୍ରପତି

ପୁରୀ (ବଡ଼ ଖବର ବ୍ୟୁରୋ): ଜଗା ଦର୍ଶନ କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ତାଙ୍କ ଧର୍ମପତ୍ନୀ । ସକାଳ ୮.୪୫ରେ ଭୁବନେଶ୍ୱର ବିମାନବନ୍ଦରରୁ ସ୍ୱତନ୍ତ୍ର ହେଲିକପ୍ଟରରେ ପୁରୀ ଏୟାରଷ୍ଟ୍ରିପରେ ଅବତରଣ କରିଥିଲେ ରାଷ୍ଟ୍ରପତି ଦମ୍ପତି । ଅବତରଣ କରିବା ମାତ୍ରେ ପୁରୀ ଜିଲ୍ଲାବାସୀଙ୍କ ପକ୍ଷରୁ ଜିଲ୍ଲାପାଳ, ଏସପି, ଶ୍ରରମନ୍ଦିର ମୁଖ୍ୟ ପ୍ରଶାସକ ପ୍ରମୁଖ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ । କାରକେଡରେ କଡା ସୁରକ୍ଷା ଭିତରେ ଭିଆଇପି ରୋଡ ଓ ବଡଦାଣ୍ଡ ଦେଇ ଶ୍ରୀମନ୍ଦିରକୁ ଯାଇଛନ୍ତି ରାଷ୍ଟ୍ରପତି ।

୯ଟା ୫ରୁ ୯ଟା ୪୫ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ରହିବେ ରାଷ୍ଟ୍ରପତି ଦମ୍ପତି । ରାଷ୍ଟ୍ରପତି ଶ୍ରୀମନ୍ଦିର ପ୍ରବେଶର ପ୍ରାୟ ୩୦ମିନିଟ ପୂର୍ବରୁ ଶ୍ରୀମନ୍ଦିର ଭିତରକୁ ଅନ୍ୟ କୌଣସି ଭକ୍ତଙ୍କୁ ପ୍ରବେଶ ପାଇଁ ଅନୁମତି ଦିଆଯାଇ ନାହିଁ । ଏହି ସମୟରେ କେବଳ ପାଳିଆ ସେବକ, ମନ୍ଦିର କର୍ମଚାରୀ ଓ ସୁରକ୍ଷା କର୍ମିଙ୍କ ସମେତ ବିଭାଗୀୟ ଅଧିକାରୀ ଉପସ୍ଥିତ ରହଛନ୍ତି ।

ଶ୍ରୀଜିଉଙ୍କ ଦର୍ଶନ ପରେ କୋଣାର୍କ ଗସ୍ତ କରିବେ ରାଷ୍ଟ୍ରପତି । ୧୦.୪୫ରୁ ୧୧.୧୫ ଭିତରେ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିବେ । ଏହାପରେ ୧୧.୨୦ରେ କୋଣାର୍କ ଇଂଟରପ୍ରିଟେସନ ସେଂଟର ବୁଲିବେ । ୧୧ଟା ୩୦ରୁ ୧୨ଟା ପର୍ଯ୍ୟନ୍ତ ଇଣ୍ଡିଆନ ଅଏଲ ଇଂଟରପ୍ରିଟେସନ ସେଂଟର ବୁଲିବାର କାର୍ଯ୍ୟକ୍ରମ ରହିଛି । ପରେ ରାଷ୍ଟ୍ରପତି ଓଟିଡିସି ଯାତ୍ରୀ ନିବାସରେ ମଧ୍ୟାହ୍ନ ଭୋଜନ କରିବେ । ଅପରାହ୍ନ ୪ଟା ୪୫ରେ ଭୁବନେଶ୍ୱର ଫେରି ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ରାଷ୍ଟ୍ରପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ