Masthead

ଆଜି ବିଶ୍ୱ ଜଳ ଦିବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଥାରେ ଅଛି ଜଳ ବିହୁନେ ସର୍ବନାଶ , ଜଳ ବହୁଳେ ସର୍ବନାଶ । ବିନା ଜଳରେ ଦୂବ ବି କଇଁଳିବା ଅସମ୍ଭବ । ଜଳ ଅଛି ମାନେ, ଜୀବନ ରହିଛି । ଜୀବନ ପାଇଁ ଜଳର ମୂଲ୍ୟ ଅତି ଜରୁରୀ । ପୃଥିବୀର ପ୍ରାୟ ୭୧.୪ ପ୍ରତିଶତ ଜଳପୂର୍ଣ୍ଣ ଅଟେ । କିନ୍ତୁ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ପ୍ରତିବର୍ଷ ମାର୍ଚ୍ଚ ୨୨ ତରିଖକୁ ବିଶ୍ୱ ଜଳ ଦିବସ ଭାବେ ପାଳନ କରାଯାଇ ଆସୁଛି । ବିଶ୍ୱର ସମସ୍ତ ବିକଶିତ ଦେଶରେ ସ୍ୱଚ୍ଛ ଏବଂ ସୁରକ୍ଷିତ ଜଳ ଉପଲବ୍ଧ କରାଇବା ସହ ଜଳ ସଂରକ୍ଷଣର ମହତ୍ତ୍ୱ ତଥା ଆବଶ୍ୟକତା ବିଷୟରେ ଜନ ସଚେତନତା ସୃଷ୍ଟି କରିବା ଏହାର ଉଦ୍ଦେଶ୍ୟ ।

ପ୍ରଥମ ଥର ପାଇଁ ୧୯୯୨ ମସିହାରେ ବ୍ରାଜିଲ ସ୍ଥିତ ରିଓ ଡି ଜେନିରୋଠାରେ ମିଳିତ ଜାତିସଂଘର ଆୟୋଜିତ  ବିଶ୍ୱ ଜଳ ଦିବସ ପାଳନ କରାଯିବାର ନିଷ୍ପତ୍ତି ନିଆଯାଇଥିଲା । ପରେ ପୁଣି ମିଳିତ ଜାତିସଂଘର ସାଧାରଣ ସଭାରେ ୧୯୯୩ ମସିହାରେ ଏହି ନିଷ୍ପତ୍ତି ଅନୁମୋଦନ ଲାଭ କଲା । ସ୍ୱଚ୍ଛ ତଥା ସୁରକ୍ଷିତ ଜଳର ଆବଶ୍ୟକତା ବିଷୟରେ ଜନ ସଚେତନତା ବୃଦ୍ଧି କରିବା ଲକ୍ଷ୍ୟରେ ଏହି ଦିନଟିକୁ ପ୍ରତିବର୍ଷ ଏକ ବାର୍ଷିକ କାର୍ଯ୍ୟକ୍ରମ ଭାବେ ପାଳିବାକୁ ସର୍ବ ସମ୍ମତି କ୍ରମେ ଗୃହିତ ହେଲା । ତେଣୁ ମାନବଜାତିର ଭବିଷ୍ୟତ ପାଇଁ ଜଳ ନଷ୍ଟ କରିବା ଅନୁଚିତ । ଜଳ ପାଇଁ ଜୀବନ, ଜଳ ହିଁ ଜୀବଜଗତର ସତ୍ତା ।

ବଣ ଭୂମି, ପାହାଡ, ଓ ଜଙ୍ଗଲ ଜଳ ପାଇଁ ତିଷ୍ଠି ରହିଛି। ଜୀବନର ପ୍ରତିଟି ମୁହୂର୍ତ୍ତ ପାଇଁ ଜଳ ହିଁ ଲୋଡା। ଜନସଂଖ୍ୟା ବୃଦ୍ଧି ଯୋଗୁଁ ବିଶ୍ୱ, ଦେଶ ଓ ରାଜ୍ୟରେ ଜଳ ସଙ୍କଟ ଦେଖାଦେଲାଣି। ୨୦୫୦ ବେଳକୁ ଜଳ ମିଳିବା କଷ୍ଟକର ହୋଇଯିବ । ଆମ ରାଜ୍ୟର ଅନେକ ଅଞ୍ଚଳରେ ମଧ୍ୟ ପାନୀୟ ଜଳର ସଙ୍କଟ ଦେଖାଦେଲାଣି । ବିଶ୍ୱ ଜଳ ଦିବସରେ ଏହି ଆହ୍ୱାନ ରହୁ, ଏଭଳି ଅମୂଲ୍ୟ ସମ୍ପଦକୁ ଅପଚୟ ନକରି ଭବିଷ୍ୟତ ପାଇଁ ବଞ୍ଚାଇ ରଖିବା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼