Masthead

ତିନି ଅଜ୍ଞାତ ଆତଙ୍କବାଦୀ ନିହତ

ଜାମ୍ମୁକାଶ୍ମୀର (ବଡ଼ ଖବର ବ୍ୟୁରୋ): ସୋମବାର ଜାମ୍ମୁକାଶ୍ମୀରର ଶୋପିଆନ୍ ଜିଲ୍ଲାରେ ସୁରକ୍ଷା ବାହିନୀ ସହ ହୋଇଥିବା ଏନକାଉଣ୍ଟରରେ ତିନିଜଣ ଅଜ୍ଞାତ ଆତଙ୍କବାଦୀ ନିହତ ହୋଇଛନ୍ତି । ସେଠାରେ ମାଓବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ସୁରକ୍ଷା ବାହିନୀ ଜିଲ୍ଲାର ମଣିହାଲ ଅଞ୍ଚଳରେ କର୍ଡନ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ଆତଙ୍କବାଦୀମାନେ ପ୍ରଥମେ ସୁରକ୍ଷାବାହିନୀ ଉପରକୁ ଗୁଳି ଚଳାଇଥିଲେ । ପାଲଟା ଜବାବ ଦେଇଥିଲେ ସୁରକ୍ଷା କର୍ମୀ ।

ଉଭୟ ପକ୍ଷ ମଧ୍ୟରେ କିଛି ସମୟ ଗୁଳି ବିନିମୟ ହୋଇଥିଲା । ପରେ ୩ ଆତଙ୍କଦାବୀଙ୍କର ମୃତ୍ୟୁ ହୋଇଥିଲା । ସମ୍ପୃକ୍ତ ଅଞ୍ଚଳରେ ଆତଙ୍କବାଦୀମାନଙ୍କର ଉପସ୍ଥିତି ସଂକ୍ରାନ୍ତରେ ସୂଚନା ପାଇବା ପରେ ଜାମ୍ମୁକଶ୍ମୀର ପୁଲିସ ଭାରତୀୟ ସେନା ଏବଂ ‘ସିଆର୍‌ପିଏଫ୍‌’ ମିଳିତ ଭାବେ ତଲାସ ଅଭିଯାନ ଆରମ୍ଭ କରିଥିଲେ । ନିହତ ଆତଙ୍କବାଦୀଙ୍କ ପରିଚୟ ପାଇବାକୁ ନିରାପତ୍ତା ବଳ ଉଦ୍ୟମ ଚଳାଇଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ 🔴 ଇସ୍ତଫା ଦେଇପାରନ୍ତି ମହମ୍ମଦ ୟୁନୁସ 🔴 ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ 🔴 ଇସ୍ତଫା ଦେଇପାରନ୍ତି ମହମ୍ମଦ ୟୁନୁସ 🔴 ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ…