Masthead

ଚାନ୍ଦିନୀ’ ଲେଖକଙ୍କ ପରଲୋକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଗତବର୍ଷ ବଲିଉଡକୁ ଲାଗିଥିଲା ବଡ ଝଟକା । ଅନେକ ନାମକରା  କଳାକାରଙ୍କୁ ହରାଇଥିଲା ବଲିଉଡ ଫିଲ୍ମ ଇଣ୍ଡଷ୍ଟ୍ରି । ବର୍ତ୍ତମାନ ଫିଲ୍ମ ଜଗତ ପାଇଁ ଆଉ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ଜଣାଶୁଣା ଲେଖକ ତଥା ଫିଲ୍ମ ନିର୍ଦ୍ଦେଶକ ସାଗର ସରହଦିଙ୍କର ସୋମବାର ପରଲୋକ ହୋଇଛି । ୮୭ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଛି । ହୃଦଘାତ ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ ।

ଶେଷ ମୁହୂର୍ତ୍ତରେ ସେ ଖାଇବା ପିଇବା ମଧ୍ୟ ବନ୍ଦ କରିଦେଇଥିଲେ । ସାଗର ସରହଦିଙ୍କ ମୃତ୍ୟୁ ପରେ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି । ଏହି ଖବର ପାଇଁ ଅନେକ କଳାକାର ଦୁଃଖ ପ୍ରକାଶ କରିଛନ୍ତି । ଫିଲ୍ମ ନିର୍ମାତା ଅଶୋକ ପଣ୍ଡିତଙ୍କ ସହ ଅନେକ ଷ୍ଟାର ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସାଗର ସରହଦି ବଲିଉଡ ଇଣ୍ଡଷ୍ଟ୍ରିକୁ ଅନେକ ହିଟ ଫିଲ୍ମ ଦେଇଛନ୍ତି । ସେ ‘କଭି କଭି’, ‘ଚାନ୍ଦିନୀ’ ଏବଂ ‘ସିଲସିଲା’ ଭଳି ସୁପରହିଟ୍ ଫିଲ୍ମ ପାଇଁ ସବୁଦିନ ସ୍ମରଣୀୟ ହୋଇ ରହିବେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା