Masthead

ଏମକେସିଜିରେ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବ୍ରହ୍ଣପୁରର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗ ଖୋଲିବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ଉଭୟ ସର୍ଜିକାଲ୍ ଓ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗ ପାଇଁ ୧୯ଟି ଶୈକ୍ଷିକ ଓ ଅଣଶୈକ୍ଷିକ ପଦବୀକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏମକେସିଜି ମେଡିକାଲ କଲେଜରେ ଦୁଇ ସୁପର ସ୍ପେସିଆଲିଟି ବିଭାଗ ଖୋଲାଯିବ ।

ସମଗ୍ର ଦକ୍ଷିଣଓଡିଶାର ଜନସାଧାରଣ ବିଶେଷ ଭାବରେ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବର୍ତ୍ତମାନ ବ୍ରହ୍ମପୁରରେ ଏହି ଅତ୍ୟାଧୁନିକ ସୁପରସ୍ପେସିଆଲିଟି ଚିକିତ୍ସା ସୁବିଧା ଉପଲବ୍ଧ ହେବ । ଦକ୍ଷିଣଓଡିଶାର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଆଉ ଏକ ନୂଆ ପଦ୍ଧତି ଆରମ୍ଭ ହୋଇଛି । ବ୍ରହ୍ମପୁରର ଏମକେସିଜ ମେଡିକାଲ କଲେଜ ଦକ୍ଷିଣଓଡିଶାର ଅଗ୍ରଣୀ ଚିକିତ୍ସା ପ୍ରତିଷ୍ଠାନ ଭାବରେ ସୁପରିଚିତ ।  ଜନସାଧାରଣଙ୍କୁ ଚିକିତ୍ସା ଯୋଗାଇବା କ୍ଷେତ୍ରରେ ଏହା ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି । ବର୍ତ୍ତମାନ ଏହି ସୁପରସ୍ପେସିଆଲିଟି ବିଭାଗ ଖୋଲିବା ଦ୍ବାରା ଜନସାଧାରଣଙ୍କ ଅସୁବିଧା ଦୂର ହେବ ବୋଲି ଆଶା କରାଯାଉଛି ।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ