Masthead

ରାଗିଂ ଅଭିଯୋଗ, ୧୮ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ରାଗିଂ ଏକ ଧର୍ତ୍ତବ୍ୟ ଅପରାଧ । ଏହାକୁ ବନ୍ଦ କରିବା ପାଇଁ ସରକାର ନେଇଛନ୍ତି ବଳିଷ୍ଠ ପଦକ୍ଷେପ । ତଥାପି କିଛି ଶିକ୍ଷାନୁଷ୍ଠାନରେ ରାଗିଂ ଚାଲୁଥିବା ଅଭିଯୋଗ ହୋଇଆସୁଛି । ତଦନ୍ତ କରାଯାଉଛି, ଅଭିଯୁକ୍ତଙ୍କ ବିରୋଧରେ ମଧ୍ୟ ହେଉଛି କାର୍ଯ୍ୟାନୁଷ୍ଠାନ । ଯେମିତି ଭୀମସାର ଘଟଣା । ସମ୍ବଲପୁର ଜିଲ୍ଲା ବୁର୍ଲା ଭୀମସାରରେ ଏମବିବିଏସ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଥିଲା । ଭୀମସାର କର୍ତ୍ତୃପକ୍ଷ ଅଭିଯୋଗ ଆଧାରରେ ତଦନ୍ତ କରି ଏଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ରାଗିଂ ଘଟଣାରେ ଏମବିବିଏସ ଚତୁର୍ଥ ବର୍ଷର ୧୮ ଜଣ ଛାତ୍ରଙ୍କୁ ୫୪ ହଜାର ଟଙ୍କା ଜରିମାନା କରାଯାଇଛି।

ଏସମ୍ପର୍କରେ ସେମାନଙ୍କର ଅଭିଭାବକଙ୍କୁ ଜଣାଇ ଦିଆଯାଇଥିବା ଭୀମସାର୍ ଡିନ୍‌ ପ୍ରଫେସର ଜୟଶ୍ରୀ ଦୋରା କହିଛନ୍ତି । ଭବିଷ୍ୟତରେ ଏହି ଘଟଣାର ଯେପରି ପୁନରାବୃତ୍ତି ନହୁଏ, ସେଥିପାଇଁ ‌ଅଭିଯୁକ୍ତ ୧୮ ଛାତ୍ରଙ୍କଠାରୁ ଅଣ୍ଡରଟେକିଂ ମଧ୍ୟ ନିଆଯାଇଛି। ଏହାସହ ମେଡିକାଲ କଲେଜରେ ଶିକ୍ଷାର ବାତାବରଣ ବଜାୟ ରଖିବାକୁ ଡିନ୍ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି । କିଛିଦିନ ତଳେ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ଚତୁର୍ଥ ବର୍ଷର ଛାତ୍ରମାନେ ରାଗିଂ କରିଥିବା ଅଭିଯୋଗ ହୋଇଥିଲା। ଆଣ୍ଟି ରାଗିଂ ସେଲ୍ ନିକଟରେ ଅଭିଯୋଗ ପରେ ଘଟଣାର ତଦନ୍ତ କରାଯା‌ଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ