Masthead

ରୁଦ୍ରଙ୍କୁ ପିପିଲିର ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି । ମହାରଥୀଙ୍କ ଦେହାନ୍ତ ପରେ ପିପିଲିରୁ କିଏ ବିଜେଡିର ପ୍ରାର୍ଥୀ ହେବ ତାକୁ ନେଇ ଥିବା ଦ୍ୱନ୍ଦକୁ ଏଡାଇ ବିଜେଡି ଆଜି ପିପିଲି ପାଇଁ ତାର ପ୍ରାର୍ଥୀ ଘୋଷଣା କରିଛି । ଟିକେଟ ରେସରେ ଦିବଙ୍ଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପତ୍ନୀ ପ୍ରତିଭା,ପୁଅ ରୁଦ୍ର ଓ ଝିଅ ପଲ୍ଲବୀ ଥିବାବେଳେ ରୁଦ୍ରଙ୍କ ନାଁକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀଭାବେ ବାଛିଛନ୍ତି । ପୂର୍ବରୁ ଦଳୀୟ ସଙ୍ଗଠନ ପାଇଁ କାମ କରିଆସୁଥିବା ରୁଦ୍ର ରାଜନୀତିରେ ବେଶ ସକ୍ରିୟ ଥିଲେ । ପିପିଲି ରାଜନୀତିରେ ରୁଦ୍ର ମହାରଥୀ ଜଣେ ଜଣାଶୁଣା ଚେହେରା । ଏପରିକି ପ୍ରଦୀପଙ୍କ ବିୟୋଗ ପରେ ବିଜେଡିର ସଙ୍ଗଠନ ସହ ସିଧାସଳଖ ଯୋଡି ହୋଇ ରହିଛନ୍ତି ରୁଦ୍ର । ଖାସକରି ପିପିଲିରେ ଯୁବଗୋଷ୍ଠୀଙ୍କ ମଧ୍ୟରେ ରୁଦ୍ରଙ୍କର କ୍ରେଜ ରହିଛି ।

ଗତକାଲି ବିଜେପି ଆଶ୍ରିତ ପଟ୍ଟନାୟକଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିବା ପରେ ଆଜି ବିଜେଡି ତାର ପ୍ରାର୍ଥୀ ଭାବେ ରୁଦ୍ର ମହାରଥୀଙ୍କୁ ଘୋଷଣା କରିଛି । ତେବେ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ସେନେଇ ସମସ୍ତଙ୍କର ନଜର ରହିଛି । ଆସନ୍ତା ୧୭ରେ ପିପିଲି ପାଇଁ ଭୋଟ ପଡିବାକୁ ଥିବା ବେଳେ ନାମାଙ୍କନ ଦାଖଲର ଶେଷ ତାରିଖ ମାର୍ଚ୍ଚ ୩୦ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି