Masthead

ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ, ଖୋର୍ଦ୍ଧାରେ ସର୍ବାଧିକ ୫୧

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ କରୋନା କାୟା ବିସ୍ତାର କରୁଥିବାବେଳେ ଥମିବାର ନା ଧରୁନାହିଁ । ଗତ ୩ ଦିନ ହେବ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଶହ ପାର ହେବାରେ ଲାଗିଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ସଂଗରୋଧରେ ୧୨୪ ଜଣ ରହିଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୬ ରୋଗୀ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନୂଆପଡାରୁ ୨୩ , କଟକରୁ ୧୯ , ବଲାଙ୍ଗିର , କଳାହାଣ୍ଡି , ସୁନ୍ଦରଗଡ ଓ ଷ୍ଟେଟ ପୁଲରୁ ୧୨ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୧ , ମୟୁରଭଞ୍ଜ, ଯାଜପୁର ଓ ବରଗଡରୁ ୮ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ବର୍ତମାନ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୮୨ ରହିଥିବା ବେଳେ ସକ୍ରିୟ ସଂକ୍ରମିତ ସଂଖ୍ୟା ୧୪୪୯ରେ ପହଂଚିଛି ।

ସୂଚନା ଅନୁସାରେ, ଗତ କିଛି ଦିନ ହେବ ରାଜ୍ୟରେ କରୋନା ଗ୍ରାଫ ବଢିବାରେ ଲାଗିଛି। ଲଗାତାର ୪ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଉପରେ ରହିଥିବାବେଳେ ଗତ ଗୁରୁବାର ଏହି ସଂଖ୍ୟା ୨୦୦ ଟପିଥିଲା । ଶୁକ୍ରବାର ପଜିଟିଭ ସଂଖ୍ୟା ୨୩୪ ହୋଇଥିବାବେଳେ ଆଜି ୨ଶହ ପଜିଟିଭ ସଂଖ୍ୟା ଉପରେ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ୱାମୀକୁ ହାଣିଦେଲା ସ୍ତ୍ରୀ 🔴 ଶୀତଳ ଷଷ୍ଠୀ ପାଇଁ ଉତ୍ସବ ମୁଖର ରାଜଧାନୀବାସୀ 🔴 ଆଇସିୟୁରେ ପାକିସ୍ତାନର ଏୟାରବେସ୍ 🔴 ମହାରାଷ୍ଟ୍ର-ମଧ୍ୟପ୍ରଦେଶରେ ମଲ୍ଟି-ଟ୍ରାକିଂ ରେଳ ପ୍ରକଳ୍ପ 🔴 ପୁଣି ମକଡ୍ରିଲ୍, ଏଥର ଏହି ରାଜ୍ୟରେ… 🔴 ଧାନ ଏମଏସପି ୬୯ ଟଙ୍କା ବୃଦ୍ଧି 🔴 ସିନ୍ଦୂର ଲୋଗୋର ନିର୍ମାତା କିଏ? 🔴 ବାହାରିନରେ ଓଡ଼ିଆ ପାଳିଲେ ସାବିତ୍ରୀ ବ୍ରତ 🔴 ଜାମୁକୋଳି, ପାଇଖାନା ଗପ..ଏବେ ବୋଥ୍ରାଙ୍କ ମୁହଁରେ ଗୀତା 🔴 ରୋଲର କୋଷ୍ଟରରେ ଫସିଗଲେ ୩୦ଯାତ୍ରୀ 🔴 ସ୍ୱାମୀକୁ ହାଣିଦେଲା ସ୍ତ୍ରୀ 🔴 ଶୀତଳ ଷଷ୍ଠୀ ପାଇଁ ଉତ୍ସବ ମୁଖର ରାଜଧାନୀବାସୀ 🔴 ଆଇସିୟୁରେ ପାକିସ୍ତାନର ଏୟାରବେସ୍ 🔴 ମହାରାଷ୍ଟ୍ର-ମଧ୍ୟପ୍ରଦେଶରେ ମଲ୍ଟି-ଟ୍ରାକିଂ ରେଳ ପ୍ରକଳ୍ପ 🔴 ପୁଣି ମକଡ୍ରିଲ୍, ଏଥର ଏହି ରାଜ୍ୟରେ… 🔴 ଧାନ ଏମଏସପି ୬୯ ଟଙ୍କା ବୃଦ୍ଧି 🔴 ସିନ୍ଦୂର ଲୋଗୋର ନିର୍ମାତା କିଏ? 🔴 ବାହାରିନରେ ଓଡ଼ିଆ ପାଳିଲେ ସାବିତ୍ରୀ ବ୍ରତ 🔴 ଜାମୁକୋଳି, ପାଇଖାନା ଗପ..ଏବେ ବୋଥ୍ରାଙ୍କ ମୁହଁରେ ଗୀତା 🔴 ରୋଲର କୋଷ୍ଟରରେ ଫସିଗଲେ ୩୦ଯାତ୍ରୀ