Masthead

୨୪ ଘଣ୍ଟାରେ ୨୯୧ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ଏବେ ତାଣ୍ଡବ ମଚାଉଛି କରୋନା । ବେହାଲ ହେବାରେ ଲାଗିଛି ସ୍ଥିତି । ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହିତ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୨ ହଜାର ୨୫୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ନେଇ ସାଧାରଣ ଜନତା ଏବେ ଭୟଭୀତ ହେବାରେ ଲାଗିଛନ୍ତି ।କରୋନାରୁ ବଂଚିବା ପାଇଁ ହେଲେ ଟିକାକରଣ ହିଁ ଏକମାତ୍ର ଉପାୟ। ନାଇଟ କର୍ଫ୍ୟୁ ଓ ଆଶିଂକ ଲକଡାଉନ କରୋନା ସଂକ୍ରମଣ ଉପରେ କୌଣସି ପ୍ରଭାବ ପକାଇବ ନାହିଁ ବୋଲି କହିଛନ୍ତି କେନ୍ଦ୍ର ସରକାର ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ଆଉ ୬୨,୨୫୮ ଜଣ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା, ୧,୧୯,୦୮,୯୧୦ରେ ପହଞ୍ଚିଥିବାବେଳେ ଏମାନଙ୍କ ମଧ୍ୟରୁ ୧,୧୨,୯୫,୦୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କେବଳ ୨୪ ଘଣ୍ଟାରେ ୩୦,୩୮୬ ଜଣ ସୁସ୍ଥ ହୋଇଛନ୍ତି।ବର୍ତ୍ତମାନ ଦେଶରେ ଆକ୍ଟିଭ କେସ ୪,୫୨,୬୪୭ ରହିଥିବାବେଳେ ଗତକାଲି ତୁଳନାରେ ଏହା ୩୧,୫୮୧ ଅଧିକ ରହିଛି । ସେହିପରି କରୋନା ମହାମାରୀ ଗୋଟିଏ ଦିନରେ ଆଉ ୨୯୧ ଜଣଙ୍କ ମୁଣ୍ଡ ନେଇଛି।

ଫଳରେ ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୧,୬୧,୨୪୦କୁ ବୃଦ୍ଧି ପାଇଛି। ଏଯାଏ ଦେଶରେ ମୋଟ ୫,୮୧,୦୯,୭୭୩ ଜଣଙ୍କୁ କରୋନା ଟିକା ନେଇଛନ୍ତି । ମହାରାଷ୍ଟ୍ର ସ୍ଥିତି ଦିନକୁ ଦିନ ଅଧିକ ଜଟିଳ ହେଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୬,୯୦୨ ଜଣଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ