କାଳ ହେଲା ହୋଲି ଖେଳ

ସୁବର୍ଣ୍ଣପୁର (ବଡ଼ ଖବର ବ୍ୟୁରୋ): କାଳ ହେଲା ହୋଲି ଖେଳ । ହୋଲି ଖେଳ ପରେ ଏବେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଆସିଛି ଅଘଟଣର ଖବର । ସୁବର୍ଣ୍ଣପୁର ନଦୀରେ ବୁଡି ଦଶମ ଶ୍ରେଣୀର ଜଣେ ଛାତ୍ର ମୃତ୍ୟୁବରଣ କରିଛନ୍ତି । ଏଭଳି ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ମୃତକ ୧୦ମ ଶ୍ରେଣୀ ଛାତ୍ର ହେଲେ ସୁମିତ୍ ମେହେର । ଆଜି ଛାତ୍ର ଜଣକ ହୋଲି ଖେଳି ସରିବା ପରେ ସମ୍ପର୍କୀୟ ସହିତ ସୋନପୁର ମହାନଦୀ ବ୍ରିଜ ତଳଘାଟକୁ ଗାଧୋଇବାକୁ ଯାଇଥିଲେ । ଗାଧୋଇବା ସମୟରେ ପାଣି ସ୍ରୋତରେ ଭାସି ଯାଇଥିଲେ। ପରିବାର ଲୋକେ ସଙ୍ଗେ ସଙ୍ଗେ ସୋନପୁର ଡାକ୍ତରଖାନାକୁ ଆଣିଥିଲେ । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଛାତ୍ର ଜଣକ ସ୍ଥାନୀୟ ଏକ ପୁବ୍ଲିକ ସ୍କୁଲର ଛାତ୍ର ଥିଲେ । ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

ଅନ୍ୟପଟେ ଆଠଗଡ ନରସିଂହପୁର ବ୍ଲକ ମାଙ୍କଡଭୂଇଁଆ ମହାନଦୀ ଘାଟରେ ମଧ୍ୟ ଅଘଟଣ ଘଟିଛି । ନଦୀରେ ଗାଧୋଉଥିବାବେଳେ ୨ ଯୁବକ ନିଖୋଜ ହୋଇଯାଇଥିଲେ । ଏହାପରେ ସେମାନଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରିଥିଲେ ମଧ୍ୟ ସେମାନଙ୍କ ଭିତରୁ ଜଣେ ଗୁରୁତର ଥିବା ଜଣାପଡିଛି । ସେହିପରି ସମ୍ବଲପୁର ଶାସନ ଥାନା ପରମାଣପୁରରେ ଗୋଟିଏ ଟ୍ରଲରକୁ ପଛପଟୁ ବାଇକ୍ ପିଟିଦେଇଛି । ଏହି ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ