Masthead

ରାଜ୍ୟରେ ବଢ଼ିବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢ଼ିବ ତାତି । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ହେବ । ଏହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୩୦ ତାରିଖ ପାଇଁ ବଲାଙ୍ଗୀର ଓ ସୋନପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତ୍ତୀ ୩ ଦିନ ୬ଟି ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବାକୁ ଥିବାରୁ ସ୍ଥିତି ଉପରେ ନଜର ରଖିବା ପାଇଁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି ।

ପୂର୍ବାନୁମାନ ଅନୁଯାୟୀ, ମଙ୍ଗଳବାର ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଲାଗି ରହିବ । ପୂର୍ବାହ୍ନ ସୁଦ୍ଧା ମୟୂରଭଞ୍ଜ, ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ତାହାକୁ ନଜରରେ ରଖି ଉକ୍ତ ଜିଲ୍ଲାଗୁଡ଼ିକ ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏପ୍ରିଲ ପହିଲା ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ପବନ ହେବାର ଆଶଙ୍କା ରହିଛି । ମାର୍ଚ୍ଚ ୩୧ରୁ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବ । କେତେକ ସ୍ଥାନରେ ୩ ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ