Masthead

୨୦ ବର୍ଷ ପରେ ଟୁଇନସିଟିରେ ଗଡିପାରେ ମେଟ୍ରୋ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ଦ୍ଦିଷ୍ଟ ଜନସଂଖ୍ୟା ଆଧାରରେ ଚାଲିବ ମେଟ୍ରୋ ଟ୍ରେନ୍ । କଟକ-ଭୁବନେଶ୍ୱର ଟୁଇନ୍ ସିଟିକୁ ମିଶାଇଲେ ମେଟ୍ରୋ ଟ୍ରେନ୍ ଚଳାଚଳ ପାଇଁ ଲୋକ ହେଉନାହାନ୍ତି । ତେଣୁ ଭୁବନେଶ୍ୱର – କଟକ ମେଟ୍ରୋ ସ୍ୱପ୍ନ ସାକାର ହେବା ପାଇଁ ଆଉ ୨୦ ବର୍ଷ ଅପେକ୍ଷା କରିବାକୁ ପଡିବ । ୨୦୪୧ ଭିତରେ ଭୁବନେଶ୍ୱର-କଟକ ମଧ୍ୟରେ ମେଟ୍ରୋ ଟ୍ରେନ୍ ଗଡ଼ିବାର ସମ୍ଭାବନା ନାହିଁ। ବିଧାନସଭା ପ୍ରଶ୍ନୋତ୍ତର କାଳରେ ଆଜି ଏହି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ।

ଏ ସଂପର୍କିତ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ କହିଛନ୍ତି ଭୁବନେଶ୍ୱର ଓ କଟକରେ ମେଟ୍ରୋ ଟ୍ରେନ୍ ଚାଲିବା ପାଇଁ ରାଜ୍ୟ ସରକାରଙ୍କ କୌଣସି ପ୍ରସ୍ତାବ ନାହିଁ। ଭୁବନେଶ୍ୱର-କଟକରେ ମେଟ୍ରୋ ଟ୍ରେନ ଚାଲିବା ପାଇଁ ଭାରତ ସରକାର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଏକ ସର୍ଭେ କରାଯାଇଥିଲା ।

୨୦୪୧ ପର୍ଯ୍ୟନ୍ତ ଟୁଇନ ସିଟିରେ ମେଟ୍ରୋ ରେଳ ଗଡ଼ିପାରିବ ନାହିଁ ବୋଲି ସର୍ଭେ ରିପୋର୍ଟରୁ ଜଣାପଡିଛି। ଜନସଂଖ୍ୟା ଅନୁଯାୟୀ ଫିଜିବିଲିଟି ନଥିବାରୁ ଏହାକୁ ଆଗକୁ ବଢାଯାଇ ପାରୁନି ବୋଲି ମନ୍ତ୍ରୀ କହିଛନ୍ତି । ତେବେ ସଦସ୍ୟଙ୍କ ଦାବି ପରେ ପୁଣିଥରେ ସର୍ଭେ ପାଇଁ କେନ୍ଦ୍ର ପାଖରେ ଦାବି ହେବ। ଏଥିରେ କଟକରୁ ଚଣ୍ଡିଖୋଲ ଓ ଭୁବନେଶ୍ୱରରୁ ପୁରୀ ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବାର ପ୍ରସ୍ତାବ ରହିବ ବୋଲି ମନ୍ତ୍ରୀ ଗୃହକୁ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ