Masthead

ଆଜି ୮୬ତମ ଉତ୍କଳ ଦିବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବନ୍ଦେ ଉତ୍କଳ ଜନନୀ । ଆଜି ହେଉଛି ପବିତ୍ର ଉତ୍କଳ ଦିବସ ।୧୯୩୬ ମସିହା ଏପ୍ରିଲ ୧ ତାରିଖ ସମସ୍ତ ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ । ଏହି ଦିନ ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବେ ଗଢା ହୋଇଥିଲା ଓଡ଼ିଶା । ପ୍ରାୟ ୫୦୦ଶହ ବର୍ଷ ସୀମାହୀନ ଜାତିହୀନ ଓ ଭାଷାହୀନ ଅବସ୍ଥାରେ ଖଣ୍ଡ –ବିଖଣ୍ଡିତ ହୋଇ ରହିବା ପରେ ଆଜିର ଦିନରେ ସମସ୍ତେ ଏକାଠି ହୋଇଥିଲେ ।

ଏକଦା ନିଜର କଳା – ସଂସ୍କୃତି , ଭାଷା-ସାହିତ୍ୟ , ବାଣିଜ୍ୟ-ବ୍ୟବସାୟ ଓ ସାମରିକ ପରମ୍ପରା ପାଇଁ ଏହି ରାଜ୍ୟ ବିଶେଷ ପରିଚିତ ଥିଲା । ତେବେ ଆଜି ଉତ୍କଳ ଦିବସ ଅବସରେ ଓଡ଼ିଶାର ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ସାରା ରାଜ୍ୟ । ଟ୍ୱିଟ କରି ଦେଶବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଅନ୍ୟପଟେ ଉତ୍କଳ ଦିବସ ଅବସରରେ କୋଲକାତାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଭର୍ଚୁଆଲ କାର୍ଯ୍ୟକ୍ରମ ରହିଛି । ଆଜି କୋଲକାତାର ହୁଗୁଳି ନଦୀପଠାରୁ ଓଡ଼ିଆ ଭାଇଭଉଣୀଙ୍କ ସହ କଥା ହେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଉତ୍କଳ ଦିବସ ଅବସରେ ଓଡ଼ିଆ ଲୋକଙ୍କ ସହ ଆଲୋଚନା କରିବେ । ଫେସବୁକ ଲାଇଭ ଜରିଆରେ ଉତ୍କଳ ଦିବସ ଉପରେ ସେ ସମ୍ବୋଧିତ କରିବେ । ରାଜ୍ୟବାସୀଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ