Masthead

ଆରମ୍ଭ ହେଲା ଭ୍ୟାକ୍ସିନେସନ ଅଭିଯାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଠାରୁ ଆରମ୍ଭ ଭ୍ୟାକ୍ସିନେସନ ଅଭିଯାନ । ୪୫ ବର୍ଷରୁ ଅଧିକ ବ୍ୟକ୍ତିଙ୍କର ହେବ ଟିକାକରଣ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୨ଦିନ ଛୁଟି ଥିଲେ ବି ହେବ ଟିକାକରଣ । ବିଏମସିର ୩ ଜୋନର ଜେଡିସିମାନେ ପ୍ରସ୍ତୁତ କରିଛନ୍ତି ତାଲିକା । ୬ଟି ବର୍ଗର ପ୍ରାୟ ୨୦ ହଜାରରୁ ଅଧିକ ଲୋକଙ୍କ ଚିଠା ପ୍ରସ୍ତୁତ ହୋଇଛି । ତେବେ ସରକାରୀ ହସ୍ପିଟାଲରେ ଦିନକୁ ୨୦୦ ଲୋକଙ୍କୁ ଟିକା ଦେବାକୁ ଟାର୍ଗେଟ ରଖାଯାଇଛି ।

ପ୍ରତି ହସ୍ପିଟାଲରେ ୨ଟି ଭ୍ୟାକ୍ସିନେଟର ଟିମ କରାଯାଇଛି । ପୂର୍ବରୁ ଗୋଟିଏ ଟିମ ୧୦୦ ଲୋକଙ୍କୁ ଭ୍ୟାକ୍ସିନେସନ କରୁଥିଲେ । ଅନ୍ୟପଟେ ଗୁରୁବାରଠୁ ଭୁବନେଶ୍ୱରର ୨୪ଟି ସରକାରୀ ହସ୍ପିଟାଲରେ ଟିକାକରଣ କରାଯିବ । ଏହାସହ ୩୧ ଘରୋଇ ହସ୍ପିଟାଲରେ ଟିକାକରଣ କରାଯିବ । ଘରୋଇ ହସ୍ପିଟାଲରେ ମୋବିଲାଇଜେସନ ୩୦ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରାଯାଇଛି । ଏନେଇ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼