Masthead

ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳିବିନିମୟ, ଜଣେ ମୃତ

ଜମ୍ମୁକାଶ୍ମୀର (ବଡ଼ ଖବର ବ୍ୟୁରୋ): ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ । ଜଣେ ଆତଙ୍କବାଦୀ ନିହତ । ଜମ୍ମୁ-କାଶ୍ମୀରର ପୁଲଓ୍ୱାମା କାକାପୋରାରେ ମୁହାଁମୁହିଁ ହୋଇଛନ୍ତି ସୁରକ୍ଷାକର୍ମୀ ଓ ଆତଙ୍କବାଦୀ । ୩ ଆତଙ୍କବାଦୀଙ୍କୁ ଯବାନମାନେ ଘେରି ରହିଛନ୍ତି। ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଏବେ ମଧ୍ୟ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି । ସ୍ଥାନୀୟ ବାସିନ୍ଦାଙ୍କୁ ଘରେ କବାଟ ଓ ଝରକା ବନ୍ଦକରି ରହିବାକୁ ଅପିଲ କରାଯାଇଛି ।

ଏପରିକି ପୁଲଓ୍ୱାମାରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି । ଗୁଇନ୍ଦା ରିପୋର୍ଟ ଅନୁସାରେ, ୩ ରୁ ୪ ଆତଙ୍କବାଦୀ ଲୁଚି ରହିଛନ୍ତି। ପରେ ସୁରକ୍ଷାକର୍ମୀ କାକାପୋରା ଗ୍ରାମରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ନିଜକୁ ବିପଦରେ ଦେଖି ପ୍ରଥମେ ଆତଙ୍କବାଦୀମାନେ ଯବାନଙ୍କ ଉପରକୁ ଗୁଳିମାଡ କରିଥିଲେଫ ଯବାନମାନେ ମଧ୍ୟ ପାଲଟା ଜବାବ ଦେଇଥିଲେ । ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଆତଙ୍କବାଦୀଙ୍କ ପାଖରେ ମଧ୍ୟ ବିପୁଳ ଗୁଳିଗୋଳା ଥିବା କୁହାଯାଉଛି । ଆତଙ୍କବାଦୀମାନେ ୫୦କେଜି ଆରଡିଏକ୍ସ ବିରକ ଶ୍ରୀନଗର ପହଁଚାଇବାକୁ ଯୋଜନା କରୁଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି