Masthead

ମହାରାଷ୍ଟ୍ରରେ ପୁଣି ଫେରିବ କି ଲକଡାଉନ !

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରରେ କରୋନା ଅଣାୟତ । ଗୋଟିଏ ଦିନରେ ୪୩,୧୮୩ ପଜିଟିଭ ଚିହ୍ନଟ । ସବୁଠାରୁ ଅଧିକ ମାମଲା କେବଳ ମହାରାଷ୍ଟ୍ର ରାଜ୍ୟରୁ ଚିହ୍ନଟ ହୋଇଛି । ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶୁକ୍ରବାର ଜରୁରୀ ବୈଠକ ଡାକିଛନ୍ତି । ଏହି ବୈଠକରେ କିଛି ବଡ ଘୋଷଣା କରାଯାଇପାରେ ବୋଲି ଅନୁମାନ କରାଯାଉଛି । ଗୁରୁବାର ଦିନ ମୁମ୍ବାଇରେ ସବୁଠାରୁ ଅଧିକ ୮,୬୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି, ପୁଣେରେ ୪୭୯୫ । ମାର୍ଚ୍ଚରେ ମହାରାଷ୍ଟ୍ରରେ ୬.୬ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଫେବୃଆରୀ ମାସ ତୁଳନାରେ ଏହା ୬୦୦ ପ୍ରତିଶତ ବୃଦ୍ଧି ପାଇଥିବା କୁହାଯାଇଛି । ଏନେଇ ମହାରାଷ୍ଟ୍ର ନଗର ନିଗମ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ଯେଉଁ ସୋସାଇଟରେ ୫ ଅଧିକ ପଜିଟିଭ୍ ଚିହ୍ନଟ ହେଉଛନ୍ତି ତାହାକୁ ସିଲ୍ କରାଯାଉଛି , ବିଡ୍ ସହରକୁ ୨୬ ମାର୍ଚ୍ଚରୁ ୪ ଏପ୍ରିଲ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକଡାଉନ୍ କରାଯାଇଛି । ସେହିଭଳି ନାଦେଡ ସହରକୁ ୨୫ ମାର୍ଚ୍ଚରୁ ୪ ଏପ୍ରିଲ ପର୍ଯ୍ୟନ୍ତ ଲକଡାଉନ୍ ଘୋଷଣା କରାଯାଇଛି । ନନ୍ଦୁରବାର ସହରକୁ ୩୧ ମାର୍ଚ୍ଚରୁ ୧୫ ଏପ୍ରିଲ ପର୍ଯ୍ୟନ୍ତ ଲକଡାଉନ ଘୋଷଣା କରାଯାଇଛି । ଏଭଳି ସ୍ଥିତିରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ଜରୁରୀକାଳୀନ ବୈଠକ ଡକାଯାଇଛି । ଏହି ବୈଠକରେ ରାଜ୍ୟରେ କରୋନା ସ୍ଥିତିକୁ ନିୟନ୍ତ୍ରଣ କରିବାକୁ କଡା ପଦକ୍ଷେପମାନ ଗ୍ରହଣ କରାଯିବ ବୋଲି ଅନୁମାନ କରାଯାଉଛି । ବିଶେଷ ଭାବେ କୁହାଯାଉଛି କି ପୁରା ରାଜ୍ୟକୁ ସମ୍ପୂର୍ଣ୍ଣ ଲକଡାଉନ୍ ଘୋଷଣା କରାଯାଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର 🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍ 🔴 ପାକିସ୍ତାନର ୯ ବିମାନ ନଷ୍ଟ 🔴 ସଚିବାଳୟ ଛାଡି ଜିଲ୍ଲା ମୁହାଁ ସିଏମ୍ 🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର 🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍ 🔴 ପାକିସ୍ତାନର ୯ ବିମାନ ନଷ୍ଟ 🔴 ସଚିବାଳୟ ଛାଡି ଜିଲ୍ଲା ମୁହାଁ ସିଏମ୍