Masthead

କାଳବୈଶାଖୀ ସହ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ଆଶ୍ବସ୍ତିକର ଖବର ।   ରାଜ୍ୟରେ ତାପମାତ୍ରା ଆସନ୍ତା ୨ଦିନ ମଧ୍ୟରେ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ। ଏହି ସମୟରେ ଉପକୂଳ ଜିଲ୍ଲାର ଅଧିକାଂଶ ସ୍ଥାନରେ କାଳବୈଶାଖୀ ଅନୁଭୂତ ହେବ। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ଓ ୪୦ କିଲୋମିଟର ବେଗରେ ପବନ ବହିବ। କେନ୍ଦ୍ରର ସୂଚନାନୁଯାୟୀ, ଧୀରେ ଧୀରେ ରାଜ୍ୟର ପାରଦ ନିମ୍ନଗାମୀ ହେବାରେ ଲାଗିଛି ।

ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା ତଥା ବାୟୁର ଦିଗ ପରିବର୍ତ୍ତନ ଯୋଗୁଁ ତାପମାତ୍ରାରେ ଏଭଳି ପରିବର୍ତ୍ତନ ଆସିବ । ଶନିବାର କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ବର, ମୟୂରଭଞ୍ଜ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ଜଗତସିଂହପୁରରେ କାଳବୈଶାଖୀଜନିତ ବର୍ଷା ହେବ । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ପର୍ଯ୍ୟନ୍ତ ରହିବ। ସେହିଭଳି ୪ ତାରିଖ ଦିନ ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ପର୍ଯ୍ୟନ୍ତ ରହିବ ବୋଲି ଅନୁମାନ କରାଯାଉଛି। ଏହି ଦୁଇ ଦିନ ପାଇଁ ଏହି ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀ ଫଳରେ ତାପମାତ୍ରା ସାମୟିକ ସମୟ ପାଇଁ ଖସିପାରେ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି