Masthead

ପୁନେରେ କର୍ଫ୍ୟୁ

ମହାରାଷ୍ଟ୍ର(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରରେ କରୋନା ସ୍ଥିତି ଅସମ୍ଭାଳ । ପୁନେରେ ୧୨ ଘଣ୍ଟିଆ କର୍ଫ୍ୟୁ ଘୋଷଣା କରାଯାଇଛି । ଶନିବାର ଠାରୁ ଏହି କଟକଣା ଜାରି ହେବ। ସଦ୍ଧ୍ୟା ୬ ରୁ ସକାଳ ୬ ଯାଏଁ ଲାଗୁ ରହିବ କର୍ଫ୍ୟୁ । ୧୨ ଘଣ୍ଟା ମଧ୍ୟରେ ଚଳପ୍ରଚଳ ଉପରେ କଡା କଟକଣା ରହିବ । ଆସନ୍ତା ୭ ଦିନ ଯାଏଁ ବନ୍ଦ ରହିବ ବାର୍, ହୋଟେଲ, ରେଷ୍ଟୁରାଂଟ ଓ ସିନେମା ହଲ । ସେହିପରି ଆସନ୍ତା ୭ ଦିନ ପାଇଁ ଧର୍ମାନୁଷ୍ଠାନ ମଧ୍ୟ ବନ୍ଦ ନେଇ ନିଷ୍ପତି ନେଇଛି ସ୍ଥାନୀୟ ପ୍ରଶାସନ ।

ବିବାହ ଅନ୍ତିମ ସଂସ୍କାରକୁ ବାଦ୍ ଦେଇ ଅନ୍ୟ ସମସ୍ତ ସମାବେଶ ବନ୍ଦ ରଖିବା ନେଇ ଘୋଷଣା କରାଯାଇଛି। ଅନ୍ତିମ ସଂସ୍କାରରେ  ୨୦ ଏବଂ ବିବାହ ଉତ୍ସବରେ ୫୦ ରୁ ଅଧିକ ଲୋକଙ୍କ ଉପରେ କଟକଣା ଲଗାଯାଇଛି । ଘରୋଇ ବସ୍ ସେବା ମଧ୍ୟ ପୁନେରେ ବନ୍ଦ ରହିବ। ଆଗାମୀ ୭ ଦିନ ପରେ ସ୍ଥିତିର ସମୀକ୍ଷା ପରେ ଆଗାମୀ ନିଷ୍ପତି ନିଆଯିବ । ମହାରାଷ୍ଟ୍ରରେ କରୋନା ସ୍ଥିତି ଚିନ୍ତାଜନକ ଅବସ୍ଥାରେ ପହଞ୍ଚିଛି । ଏହି ସମୟରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ବଡ ବୟାନ ଦେଇଛନ୍ତି । ସେ କହିଛନ୍ତି, ରାଜ୍ୟରେ ଯଦି କରୋନା ସ୍ଥିତି ଏଭଳି ରହିଲା, ତେବେ ଲକଡାଉନ ଫେରିପାରେ । ଆଗାମୀ କିଛିଦିନ ମଧ୍ୟରେ ଯାଞ୍ଚ ଓ କୋଭିଡ ନିର୍ଦ୍ଦେଶନାମାକୁ କଡାକଡି କରାଯିବ। ଏହାର ଘୋଷଣା କିଛି ଦିନ ମଧ୍ୟରେ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା