Masthead

ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ଉପରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଆଜି ଆୟୋଜିତ ହେବ। ଏଥିରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ମୁଖ୍ୟ ଅତିଥିଭାବେ ଯୋଗଦେବେ । ଏହି ଅବସରରେ ଦେଶର ୫ଜଣ ବ୍ୟକ୍ତିଙ୍କୁ ସମ୍ମାନସୂଚକ ଡକ୍ଟରେଟ ଡିଗ୍ରୀ ଦିଆଯିବ ।

ଚଳିତବର୍ଷ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ, ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁ, ଓଡିଶା ହାଇକୋର୍ଟର ବିଚାରପତି ସଞ୍ଜୁ ପଣ୍ଡା, ଭାବା ଆଟୋମିକ୍ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଅଜିତ କୁମାର ମହାନ୍ତି, ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ବିଜୟ କୁମାର ସାହୁଙ୍କୁ ଡକ୍ଟରେଟ ଡିଗ୍ରୀ ଦେବା ପାଇଁ ନିଷ୍ପତ୍ତି ନିଆଯାଇଛି । ସମାବର୍ତ୍ତନ ଉତ୍ସବରେ କୋଭିଡ୍ ନିୟମାବଳୀ କଡାକଡି ପାଳନ କରାଯିବ। ଏଥିରେ ୫ଶହ ଜଣଙ୍କୁ ଅଂଶଗ୍ରହଣ ପାଇଁ ଅନୁମତି ମିଳିବ। ସମାବର୍ତ୍ତନ ଉତ୍ସବ ପୂର୍ବରୁ ଅଧ୍ୟାପକ, ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ଆରଟିପିସିଆର ଟେଷ୍ଟ କରାଯାଇଛି । କୋଭିଡ ନେଗେଟିଭ ରିପୋର୍ଟ ଥିବା ବ୍ୟକ୍ତି ହିଁ ଉତ୍ସବରେ ଯୋଗ ଦେଇପାରିବେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ