Masthead

ସମ୍ବଲପୁରରେ ଲଜ୍ଜା: ଛାତ୍ରୀଙ୍କୁ ଯୌନ ନିର୍ଯ୍ୟତନା

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ହୋମିଓପ୍ୟାଥିକ କଲେଜରେ ରାଗିଂ । ରାଗିଂ ନାଁରେ ୪ ଛାତ୍ରୀଙ୍କୁ ଯୌନ ନିର୍ଯ୍ୟାତନା । ୧ ତାରିଖରେ ଦିଲ୍ଲୀର ନ୍ୟାସନାଲ ଆଣ୍ଟି ରାଗିଂ ସେଲରେ ଅଭିଯୋଗ ହୋଇଥିଲା । ଅଭିଯୋଗ ଆଧାରରେ କଲେଜ ଆଣ୍ଟି ରାଗିଂ ସେଲ ପକ୍ଷରୁ ତଦନ୍ତ ଜାରି ରହିଛି । ୫ ଜଣ ଛାତ୍ରୀଙ୍କ ସହ ଜଣେ ଛାତ୍ରଙ୍କ ବିରୋଧରେ ରାଗିଂ ଅଭିଯୋଗ ଆସିଛି। ମାର୍ଚ୍ଚ ୩୧ରେ ୨ ଗୋଷ୍ଠୀ ଛାତ୍ରୀଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା।

ବିବାଦ ନେଇ କଲେଜ ଅଧ୍ୟକ୍ଷଙ୍କ ନିକଟରେ ଅଭିଯୋଗ ମଧ୍ୟ ହୋଇଥିଲା ବୋଲି ହୋମିଓପ୍ୟାଥିକ୍ କଲେର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ସିଂ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଦିଲ୍ଲୀର ଆଣ୍ଟି ରାଗିଂ ସେଲରୁ ଏକ ଫୋନ୍‌ କଲ ଆସିଥିଲା। ପରେ ରାଗିଂ ବିଷୟରେ ଆମେ ଜାଣିବାକୁ ପାଇଲୁ । ରାଗିଂ ନେଇ ସୁପରିଟେଣ୍ଟ କିମ୍ବା ମୋ ପାଖରେ ଅଭିଯୋଗ ହୋଇନାହିଁ। ଆମକୁ କୌଣସି ଲିଖିତ ଅଭିଯୋଗ ଦିଆଯାଇ ନାହିଁ। ଏହା ଛାତ୍ରୀନିବାସରେ ହୋଇଛି। ତେବେ କାହାରି ନା ପ୍ରକାଶ କରିବାକୁ ମନା କରିଛନ୍ତି ଆଣ୍ଟି ରାଗିଂ ସେଲ। ୫ ଜଣ ଛାତ୍ରୀ ଓ ଜଣେ ଛାତ୍ରଙ୍କ ବିରୋଧରେ ଅଭିଯୋଗ ଆସିଛି। ତେବେ କଲେଜରେ ଥିବା ଆଣ୍ଟି ରାଗିଂ ସେଲ ଘଟଣାର ତଦନ୍ତ ଆରମ୍ଭ କରିଛି ବୋଲି ଅଧ୍ୟକ୍ଷ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ