Masthead

ଫେରିଲା କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପଜିଟିଭ ସଂଖ୍ୟା ଏବେ ୫୦୦ ମୁହାଁ ହୋଇଥିବା ବେଳେ ଏହାକୁ ଆୟତ୍ତ କରିବାକୁ ପୁଣି ଥରେ ଆରମ୍ଭ ହେଲା କଣ୍ଟେନମେଣ୍ଟ ଜୋନ୍ । ବିଭିନ୍ନ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି । କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ୍ ବୃନ୍ଦାବାହାଲ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ।

୬ ଆକ୍ରାନ୍ତ ଚିହ୍ନଟ ପରେ ସରପଞ୍ଚ ହେମାଙ୍ଗିନୀ ରାଉତ ଏଭଳି ନିଷ୍ପତ୍ତି ନେଇଛନ୍ତି । ଲିମସେର ଗାଁରେ କରୋନାରେ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ୨ ତାରିଖରେ ବୃନ୍ଦାବାହାଳ ପଞ୍ଚାୟତ ଲିମସେରରେ ଜଣେ କରୋନା ସଂକ୍ରମିତଙ୍କରେ ମୃତ୍ୟୁ ଘଟିଥିଲା । ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ ।

ଜନସାଧାରଣଙ୍କ ସମାଗମ ଦୃଷ୍ଟିରୁ ଲିମସେରରେ ଥିବା ସମସ୍ତ ଦୋକାନ, ବଜାର, ଯାନବାହାନ ଚଳାଚଳ, ଧାର୍ମିକ ଅନୁଷ୍ଠାନ, ସରକାରୀ ଓ ବେସରକାରୀ ଅଫିସ ୨ ତାରିଖ ଠାରୁ ୮ ତାରିଖ ମଧ୍ୟରାତି ପର୍ୟ୍ୟନ୍ତ ସର୍ଟ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ଏହାସହ ସମସ୍ତ ଅନୁଷ୍ଠାନ ବନ୍ଦ କରି ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖି ସମସ୍ତ ଜନସାଧାରଣ ସହଯୋଗ କରିବାକୁ ଅନୁରୋଧ କରାଯାଇଛି । ନିୟମ ନମାନିଲେ ଦୃଢ କାର୍ୟ୍ୟାନୁଷ୍ଠାନ ନିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା