Masthead

ନକ୍ସଲ-ସୁରକ୍ଷାକର୍ମୀ ଗୁଳିବିନିମୟ, ୫ ଯବାନ ସହିଦ

ଛତିଶଗଡ଼ (ବଡ଼ ଖବର ବ୍ୟୁରୋ): ଛତିଶଗଡ଼ ବିଜାପୁର ଜିଲ୍ଲାରେ ସୁରକ୍ଷାବାହୀନି ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ । ଏଥିରେ ୫ଜଣ ସୁରକ୍ଷାକର୍ମୀ ସହୀଦ ହୋଇଥିବା ବେଳେ ୧୫ ଯବାନ ଆହତ ହୋଇଛନ୍ତି ।

ମିଳିଥିବା ସୂଚନା ଅନୁଯାୟୀ, ବିଜାପୁର ଜିଲ୍ଲା ମୁଖ୍ୟାଳୟ ଠାରୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ସିଲିଗଡ଼ ଗ୍ରାମ ନିକଟ ଜୋନାଗୁଡ଼ା ଜଙ୍ଗଳରେ ନକ୍ସଲମାନେ କ୍ୟାମ୍ପ୍ କରି ରହିଥିବା ଗୁଇନ୍ଦା ବିଭାଗରୁ ସୂଚନା ମିଳିଥିଲା । ଏହାପରେ କୋବ୍ରା ବଟାଲିଅନ୍, ଡିଆରଜି ଓ ସିଆରପିଏଫ ବାହିନୀର ଯବାନମାନେ ମିଳିତ ଭାବେ କୁମ୍ବିଂ ଅପରେସନ କରିଥିଲେ । ଯବାନଙ୍କୁ ଦେଖି ନକ୍ସଲମାନେ ଗୁଳି ଚାଳନା କରିବା ପରେ ଯବାନମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ । ପରସ୍ପର ଗୁଳିବିନିମୟରେ ୫ଜଣ ସୁରକ୍ଷାମକର୍ମୀ ସହୀଦ ହୋଇଥିବା ବେଳେ ୧୫ ଯବାନ ଆହତ ହୋଇଛନ୍ତ।

ସହୀଦ ହୋଇଥିବା ସୌନିକମାନଙ୍କ ମଧ୍ୟରେ ଅଛନ୍ତି ଛତିଶଗଡ଼ର ୨ ପୋଲିସ, ୩ ଜଣ ସିଆରପିଏଫ ଯବାନ ରହିଥିବା ସୂଚନା ମିଳିଛି । ଘଟଣାସ୍ଥଳରୁ ୨ ନକ୍ସଲଙ୍କ ମୃତଦେହ ମଧ୍ୟ ଉଦ୍ଧାର କରାଯାଇଛି । ଆହତ ଯବାନ ମାନଙ୍କୁ ବାୟୁ ସେନାର ହେଲିକେପ୍ଟର ଓ ୯ଟି ଆମ୍ବୁଲାନ୍ସ ଯୋଗେ ଉଦ୍ଧାର କରାଯାଇଛି । ଏହି ଅପରେଶନ ଦୀର୍ଘ ୫ ଘଣ୍ଟା ଧରି ଜାରି ରହିଥିଲା । ବସ୍ତର ଡିଆଇଜି ସୁନ୍ଦର ରାଜ୍ ଟି ବିଜାପୁରରେ ପହଂଚିଛନ୍ତି । ସୁକମା ଓ ବିଜାପୁରରୁ ଘଟଣାସ୍ଥଳକୁ ଏକ ବ୍ୟାକପ୍ ଫୋର୍ସ ପଠାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ