୩ ବିଜେପି ବିଧାୟକ ସସପେଣ୍ଡ

ଭୁବନେଶ୍ୱର( ବଡ଼ ଖବର ବ୍ୟୁରୋ ): ୩ ବିଜେପି ବିଧାୟକ ଜୟନାରାୟଣ ମିଶ୍ର, ବିଷ୍ଣୁ ସେଠୀ ଓ ମୋହନ ମାଝୀଙ୍କୁ ଆଜି ବାଚସ୍ପତି ସୂର୍ଯ୍ୟନାରାୟଶ ପାତ୍ର ଚଳିତ ଅଧିବେଶନରୁ ନିଲମ୍ବନ କରିଛନ୍ତି। ସୂଚନାନୁଯାୟୀ ଆଜି ଅପରାହ୍ନରେ ବିଧାନସଭାରେ ଗୃହ କାର୍ଯ୍ୟ ଚାଲିଥିବା ବେଳେ ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚପଲ ଓ ଇୟରଫୋନ୍ ଫିଙ୍ଗା ଯାଇଥିଲା । ତେବେ ଏହି ଛଟଣାକୁ ଶାସକ ଦଳ ସଦସ୍ୟମାନେ ଉଦବେଗ ପ୍ରକାଶ କରିବା ସହ ଘଟଣାକୁ ନିନ୍ଦା କରିଥିଲେ। ତା ସହ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଚସ୍ପତିଙ୍କ ନିକଟରେ ଦାବି ରଖିଥିଲେ ।

ତେବେ ଏହି ଘଟଣାର ଭିଡ଼ିଓ କ୍ଲିପିଂ ଦେଖିବା ପରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ବିଜେପି ବିଧାୟକ ଦଳର ମୁଖ୍ୟ ସଚେତକ ମୋହନ ମାଝୀ, ଉପମୁଖ୍ୟ ସଚେତକ ବିଷ୍ଣୁ ସେଠୀ ଓ ଜୟନାରାୟଣ ମିଶ୍ରଙ୍କୁ ଚଳିତ ଅଧିବେଶନରୁ ନିଲମ୍ବନ କରିଛନ୍ତି। ଚଳିତ ବଜେଟ୍ ଅଧିବେଶନ ଶେଷ ପର୍ଯ୍ୟନ୍ତ ସେମାନେ ଗୃହ କାର୍ଯ୍ୟରେ ଯୋଗ ଦେଇପାରିବେ ନାହିଁ ବୋଲି ବାଚସ୍ପତି ରୁଲିଂ ଦେଇଛନ୍ତି। ଏହାର ପ୍ରତିବାଦରେ ବିଜେପି ବିଧାୟକମାନେ ଗାନ୍ଧୀ ମୂର୍ତ୍ତି ତଳେ ଧାରଣାରେ ବସିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!