ଆଜି ବନ୍ଦ ରହିଛି ଜଗା ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଛି। ଆଜିଠାରୁ ପରବର୍ତ୍ତୀ ନିର୍ଦ୍ଦେଶ ନଆସିବା ଯାଏ ପ୍ରତି ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରକୁ ସାନିଟାଇଜ ମଧ୍ୟ କରାଯିବ । ରବିବାର ବ୍ୟତୀତ ସପ୍ତାହକୁ ଦୁଇଥର ରାତିରେ ଶ୍ରୀମନ୍ଦିର ପରିସରକୁ ସାନିଟାଇଜ କରାଯିବ।

ପୂର୍ବରୁ ଏନେଇ ଶ୍ରୀମନ୍ଦିର ପରିଚାଳନା ବୈଠକରେ ନିଷ୍ପତ୍ତି ହୋଇଥିଲା।ଦର୍ଶନ ବନ୍ଦ ପରେ ରାତିରେ ମଧ୍ୟ ସାନିଟାଇଜ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହା ସହିତ କଡ଼ାକଡ଼ି ଭାବେ କରୋନା ଗାଇଡଲାଇନ୍ ପାଳନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଏସଓପି ଅନୁଯାୟୀ, ରବିବାରକୁ ଛାଡ଼ି ଅନ୍ୟ ଦିନମାନଙ୍କରେ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ଖୋଲା ରହିବ। ପ୍ରତିଦିନ ସକାଳ ୬ଟାରୁ ଦର୍ଶନ ଆରମ୍ଭ ହେବ। ସମସ୍ତ ଭକ୍ତମାନଙ୍କୁ କରୋନା ଗାଇଡ ଲାଇନକୁ ମାନିବାକୁ ପଡ଼ିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!