Masthead

ଆଜି ବନ୍ଦ ରହିଛି ଜଗା ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଛି। ଆଜିଠାରୁ ପରବର୍ତ୍ତୀ ନିର୍ଦ୍ଦେଶ ନଆସିବା ଯାଏ ପ୍ରତି ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରକୁ ସାନିଟାଇଜ ମଧ୍ୟ କରାଯିବ । ରବିବାର ବ୍ୟତୀତ ସପ୍ତାହକୁ ଦୁଇଥର ରାତିରେ ଶ୍ରୀମନ୍ଦିର ପରିସରକୁ ସାନିଟାଇଜ କରାଯିବ।

ପୂର୍ବରୁ ଏନେଇ ଶ୍ରୀମନ୍ଦିର ପରିଚାଳନା ବୈଠକରେ ନିଷ୍ପତ୍ତି ହୋଇଥିଲା।ଦର୍ଶନ ବନ୍ଦ ପରେ ରାତିରେ ମଧ୍ୟ ସାନିଟାଇଜ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହା ସହିତ କଡ଼ାକଡ଼ି ଭାବେ କରୋନା ଗାଇଡଲାଇନ୍ ପାଳନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଏସଓପି ଅନୁଯାୟୀ, ରବିବାରକୁ ଛାଡ଼ି ଅନ୍ୟ ଦିନମାନଙ୍କରେ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ଖୋଲା ରହିବ। ପ୍ରତିଦିନ ସକାଳ ୬ଟାରୁ ଦର୍ଶନ ଆରମ୍ଭ ହେବ। ସମସ୍ତ ଭକ୍ତମାନଙ୍କୁ କରୋନା ଗାଇଡ ଲାଇନକୁ ମାନିବାକୁ ପଡ଼ିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା