ରାଜ୍ୟରେ ଲାଗୁ ହେବନି ଡେ କର୍ଫ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଆଗକୁ ଦିନ ବେଳେ କର୍ଫ୍ୟୁ ଲାଗୁ ହୋଇପାରେ ବୋଲି କହିଥିଲେ। ତେବେ ଲକଡାଉନ ଓ କର୍ଫ୍ୟୁ ଲାଗୁ ସମ୍ପର୍କରେ ଚର୍ଚ୍ଚା ଲାଗି ରହିଥିବା ବେଳେ ଏନେଇ ସ୍ପଷ୍ଟ କରିଛନ୍ତି ସ୍ୱତନ୍ତ୍ର ରିଲଫ୍ କମିଶନର ପ୍ରଦୀପ କୁମାର ଜେନା। ସେ କହିଛନ୍ତି ରାଜ୍ୟରେ ଡେ କର୍ଫ୍ୟୁ ଲାଗୁ ହେବ ନାହଁ । ରାଜ୍ୟରେ ଏବେ କରୋନା ସ୍ଥିତି ନିୟନ୍ତ୍ରଣରେ ରହିଛି। ସରକାର ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ବର୍ତ୍ତମାନ ସ୍ଥିତିରେ ଡେ କର୍ଫ୍ୟୁ ନେଇ କୌଣସି ଯୋଜନା ନାହିଁ। ସମସ୍ତେ କୋଭିଡ୍ ନିୟମ ମାନି ଚଳିବାକୁ ସେ ପରାମର୍ଶ ଦେଇଛନ୍ତି।

ଅନ୍ୟପଟେ ସଂକ୍ରମଣ ବଢୁଥିବା ଦେଖି ରାଜ୍ୟ ସରକାର ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ ଗତକାଲି ନିର୍ଦ୍ଦେଶ ଦେଇଥିଲା। ଏପ୍ରିଲ୍ ୫ ତାରିଖରୁ ଅର୍ଥାତ୍ ସୋମବାର ଠାରୁ ଏହାକୁ ଲାଗୁ କରାଯିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଏହି କଟକଣା ଲାଗୁ ହେବ। ଏହି ସବୁ ଜିଲ୍ଲା ଗୁଡ଼ିକରେ ରାତି ୧୦ଟାରୁ ସକାଳ ୫ଟା ଯାଏଁ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’