ଆଜିଠୁ ୧୦ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ୧୦ ଜିଲ୍ଲାରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ପଶ୍ଚିମ ଓଙ୍ଗ଼ିଶାର ୭ ଓ ଦକ୍ଷିଣ ଓଡ଼ିଶାର ୩ଟି ଜିଲ୍ଲାରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ବଲାଙ୍ଗିରରେ ଲାଗୁ ହୋବ ଏହି ରାତ୍ରିକାଳୀନ କର୍ଫ୍ୟୁ । ରାତି ୧୦ରୁ ସକାଳ ୫ ଟା ପର୍ଯ୍ୟନ୍ତ ଏହି କର୍ଫ୍ୟୁ ବଳବତ୍ତର ରହିବ । ଏହି ସମୟରେ କୌଣସି ଜରୁରୀ କାମ ନଥିଲେ ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି । ଅନାବଶ୍ୟକ ଭାବେ ଘରୁ ବାହାରକୁ ବାହାରିଲେ ମାମଲା ରୁଜୁ କରାଯିବ ବୋଲି ଚେତାବନୀ ଦିଆଯାଇଛି ।

ନାଇଟ କର୍ଫ୍ୟୁ ସମୟରେ ଦୋକାନ ବଜାର, ବ୍ୟବସାୟିକ ପ୍ରତିଷ୍ଠାନ ଓ କାର୍ଯ୍ୟାଳୟମାନେ ବନ୍ଦ ରହିବ । ଜରୁରୀକାଳୀନ ସେବାରେ ନିୟୋଜିତ କର୍ମଚାରୀଙ୍କୁ ଯାତାୟତ ଅନୁମତି ମିଳିବ । ଏହାସହିତ ନାଇଟ୍ କର୍ଫ୍ୟୁ ସମୟରେ ସମସ୍ତ ଶିଳ୍ପ କାରଖାନା ମଧ୍ୟ ଖୋଲା ରହିବ । ମେଡିକାଲ ଓ ଅନ୍ୟାନ୍ୟ ଜରୁରୀ କାର୍ଯ୍ୟ ପାଇଁ ମିଳିବ ଯାତାୟତ ଅନୁମତି । ନାଇଟ୍ କର୍ଫ୍ୟୁ ବେଳେ ପେଟ୍ରୋଲ ପମ୍ପ ଓ ସିଏନଜି ଷ୍ଟେସନ୍ ଖୋଲା ରହିବ । ରାଜ୍ୟରେ ସୀମାନ୍ତ ଜିଲ୍ଲା ଗୁଡ଼ିକରେ କରୋନା ସଂକ୍ରମଣ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତି ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’