Masthead

୭ ଜିଲ୍ଲାରେ କାଳବୈଶାଖୀ !

ଭୁବନେଶ୍ବର( ବଡ଼ ଖବର ବ୍ୟୁରୋ): ସୋମବାରଠାରୁ ୭ ଜିଲ୍ଲାରେ ବର୍ଷା ସମ୍ଭାବନା । ରାୟଗଡ଼ା, କୋରାପୁଟ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅନ୍ୟଜିଲ୍ଲା ଗୁଡିକରେ ପାଗ ଶୁଖିଲା ରହିବ । ଗତ ୨ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେଉଥିବାରୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି ।

ସେହିପରି ରାଜ୍ୟରେ ସୋମବାରଠାରୁ କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବ ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ପୂର୍ବାନୁମାନ କରିଛନ୍ତି । ଅନ୍ୟପକ୍ଷେ ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ଏବେ କିଛି ଦିନ ରାଜ୍ୟରେ ତାପମାତ୍ରା ବିଶେଷ ବଢ଼ିବନି । ୬ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ହେଲେ ୧୨ ତାରିଖ ପରେ ତାତି ବଢ଼ିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ