ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ

ରାଉରକେଲା (ବଡ଼ ଖବର ବ୍ୟୁରୋ) : ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡରେ କଣ୍ଟ୍ରୋଲ ରୁମର କେଵୁଲ କମ୍ପ୍ୟୁଟର, ମନିଟର ଓ ପ୍ୟାନେଲ ବୋର୍ଡ ସହ ଅନ୍ୟ ସରଞ୍ଜାମ ଜଳି ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି । ରବିବାର ବିଳମ୍ବିତ ରାତିରେ ପ୍ଲାଣ୍ଟର ଏସଏମଏସ୍-୨ରେ ସ୍ଲାଗ ବଏଲର ଫାଟି ନିଆଁ ଲାଗିଛି। ଫଳରେ ସ୍ଲାଗ ବଏଲର କଣ୍ଟ୍ରୋଲ ରୁମ୍ ଅନେକ ଯନ୍ତ୍ରପାତି, ବିଦ୍ୟୁତ୍ ସରଞ୍ଜାମ ସବୁ ନଷ୍ଟ ହୋଇଯାଇଛି।

ଖବର ପାଇ ଘଟଣାସ୍ଥଳରେ ୨ଟି ଅଗ୍ନିଶମ ବାହିନୀ ପହଂଚି ନିଆଁକୁ ଆୟତ୍ତ କରିଛନ୍ତି। ଇସ୍ପାତ କାରଖାନାର ମୁଖ୍ୟ ନିର୍ବାହୀ ଅଧିକାରୀ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ତେବେ ଏହି ଅଗ୍ନିକାଣ୍ଡରେ ମୃତାହତର କୌଣସି ସୂଚନା ମିଳିନାହିଁ। ସେପଟେ ଅଗ୍ନିକାଣ୍ଡର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଆରଏସପି ସିଇଓ। ୪ ଜଣ ସିଜିଏମ୍ ତଦନ୍ତ କରି ରିପୋର୍ଟ ଦେବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’